Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବାଇକ୍‌କୁ ଧକ୍କା ଦେଲା ତେଲ ବୋଝେଇ ଟ୍ୟାଙ୍କର; ଯୁବକଙ୍କ ମୃତ୍ୟୁ

Posted on October 13, 2025

ତେଲ ବୋଝେଇ ଟ୍ୟାଙ୍କର ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ। ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଉପଖଣ୍ଡ ତାରା ସିଂ ଥାନା ଗାଲେରୀ ନିକଟ ରଙ୍ଗା ମେରୁ ବ୍ରିଜ୍ ନିକଟରେ ଏହି ଦୁର୍ଘଟଣା ଘଟିଛି। ସୋମବାର ସକାଳ ପ୍ରାୟ ୧୦ଟାରେ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ମୃତକ ଜଣକ ସୋରିଷମୂଳି ଗ୍ରାମର ସୁବାସ ନାୟକଙ୍କ ପୁଅ ରାଜେଶ ନାୟକ ବୋଲି ଜଣାପଡ଼ିଛି।

ସୂଚନାନୁଯାୟୀ, ସୋମବାର ସକାଳୁ ରାଜେଶ ନାୟକ ଗାଲେରୀ ଏଟିଏମ୍‌ରୁ ଟଙ୍କା ଉଠାଇବାକୁ ଯାଇ ଘରକୁ ଫେରୁଥିଲେ। ମେଗା ଜଳ ପ୍ରକଳ୍ପ ଢୋଲପିଟା ବ୍ରିଜ୍ ତଳେ ଏକ ତେଲ ବୋଝେଇ ଟ୍ୟାଙ୍କର ସହ ମୁହାଁମୁହିଁ ଧକ୍କା ହୋଇଥିଲେ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା। ଅପରପକ୍ଷରେ ଦୁର୍ଘଟଣା ଘଟାଇଥିବା ଟ୍ୟାଙ୍କର ଡ୍ରାଇଭର ଘଟଣାସ୍ଥଳରୁ ଚମ୍ପଟ ମାରିବାକୁ ଉଦ୍ୟମ କରିବା ବେଳେ ବଦାଙ୍ଗୀ ନିକଟରେ ଲୋକମାନେ ଡ୍ରାଇଭର୍‌କୁ କାବୁ କରି ପୁଲିସ ଜିମା ଦେଇଥିଲେ। ଦୁର୍ଘଟଣା ସମ୍ପର୍କରେ ଖବର ପାଇ ଗାଲେରୀ ଫାଣ୍ଡି ଅଧିକାରୀ ମଧୁବାବୁ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ମେଡିକାଲକୁ ପଠାଇଛନ୍ତି। ମେଡିକାଲରେ ମୃତକଙ୍କ ପରିଜନ ପହଞ୍ଚିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme