Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନୂଆପଡ଼ା ଉପ ନିର୍ବାଚନ ପାଇଁ ମନୋଜ ମିଶ୍ର ହେବେ କି ବିଜେଡି ପ୍ରାର୍ଥୀ ?

Posted on October 14, 2025

ନୂଆପଡ଼ା ଉପ ନିର୍ବାଚନ ପାଇଁ ବିଜେଡିରୁ କିଏ ହେବେ ପ୍ରାର୍ଥୀ । ୪ରୁ ୫ ଜଣଙ୍କ ନାଁ ତାଲିକାଭୁକ୍ତ ହୋଇଥିବା ଜଣାପଡିଛି । ମନୋଜ ମିଶ୍ର ପ୍ରାର୍ଥୀ ହେବା ନେଇ କଳ୍ପନାଜଳ୍ପନା ଲାଗି ରହିଛି । ତେବେ ବର୍ତ୍ତମାନ ସୁଦ୍ଧା ବିଜେଡି କୌଣସି ନିଷ୍ପତ୍ତି ନେଇନାହିଁ । ସମସ୍ତ ନେତାଙ୍କଠାରୁ ଫିଡବ୍ୟାକ୍ ଗ୍ରହଣ କରିବା ପରେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ନେବେ ଚୂଡ଼ାନ୍ତ ନିଷ୍ପତ୍ତି । ନୂଆପଡ଼ା ପାଇଁ ଦଳ ଆଦିବାସୀ ଚେହେରା ଓ ନୂଆ ପ୍ରାର୍ଥୀଙ୍କୁ ମଧ୍ୟ ସୁଯୋଗ ଦେଇପାରେ ।

ଅନ୍ୟପଟେ ନୂଆପଡ଼ା ଉପନିର୍ବାଚନ ପାଇଁ ଗତକାଲିଠୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ପ୍ରକାଶ ସହ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । କାଲିଠୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । ନୂଆପଡା ଉପଜିଲାପାଳଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ ନାମାଙ୍କନ ପ୍ରକ୍ରିୟା । ୨୨ରେ ପ୍ରାର୍ଥୀପତ୍ର ଯାଞ୍ଚ ଓ ୨୪ରେ ପ୍ରତ୍ୟାହାର କରି ପାରିବେ ପ୍ରାର୍ଥୀ ।

ନଭେମ୍ବର ୧୧ ତାରିଖରେ ଭୋଟ ଗ୍ରହଣ ହେବ । ସେଥିପାଇଁ ସମ୍ପୂର୍ଣ୍ଣ ବ୍ୟବସ୍ଥା କରାଯାଇଛି । ମାଓପ୍ରବଣ ଅଞ୍ଚଳରେ ଥିବା ୪୭ଟି ସମ୍ବେଦନଶୀଳ ବୁଥ ପାଇଁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ୮ଟି ବୁଥରେ ପୋଲିଂ କର୍ମଚାରୀ ପହଞ୍ଚିବା ପାଇଁ ହେଲିକପ୍ଟର ବ୍ୟବସ୍ଥା ହୋଇଛି । ନିର୍ବାଚନ ପରିଚାଳନା ପାଇଁ ୧୪ କମ୍ପାନୀ ସେଣ୍ଟ୍ରାଲ ଆର୍ମଡ୍ ଫୋର୍ସ ମୁତୟନ ହେବେ । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme