Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଭିନ୍ନକ୍ଷମ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ କୋର୍ଟ ଚାଲାଣ

Posted on October 15, 2025

 

ଶୌଚ ହେବାକୁ ଯାଇଥିବା ବେଳେ ପଞ୍ଚମ ଶ୍ରେଣୀର ଶାରୀରିକ ଭିନ୍ନକ୍ଷମ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ । ପୋକ୍ସୋ ଆଇନ ଅନୁଯାୟୀ ଅଭିଯୁକ୍ତ ସୁଶାନ୍ତ ଜେନା କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁଲିସ । ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ବ୍ଲକ ଅଞ୍ଚଳରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ଭିନ୍ନକ୍ଷମ ନାବାଳିକା ମଙ୍ଗଳବାର ଅପରାହ୍ଣ ୩ଟାରେ ଏକ ପୋଖରୀକୁ ଶୌଚ ପାଇଁ ଯାଇଥିଲେ । ଏତିକି ବେଳେ ଏକୁଟିଆ ଥିବାର ସୁଯୋଗ ନେଇ ବସ୍ତା ଥାନା ଦାଣ୍ଡନାବଦା ଗାଁର ସୁଶାନ୍ତ କୁମାର ଜେନା ଝିଅଟିକୁ ନିଛାଟିଆ ସ୍ଥାନକୁ ଟେକି ନେଇ ଦୁଷ୍କର୍ମ କରି ଛାଡ଼ି ଦେଇଥିଲା । ଝିଅଟି ଯନ୍ତ୍ରଣା ସହି ନପାରି ଘରେ ସମସ୍ତ କଥା କହିଥିଲା । ତେବେ ନାବାଳିକାର ଏଭଳି ଅବସ୍ଥା ଦେଖି ବାପା ରାସଗୋବିନ୍ଦପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଏତଲା ଆଧାରରେ ରାସଗୋବିନ୍ଦପୁର ପୁଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତ ସୁଶାନ୍ତ ଜେନାକୁ ଥାନା ନେଇ ପଚରା ଉଚରା କରିଥିଲା । ଉଭୟଙ୍କ ଡାକ୍ତରୀ ମାଇନା ପରେ ପୁଲିସ ଏକ ମାମଲା ରୁଜୁ କରି ପୋକ୍ସୋ ଆଇନ ଅନୁଯାୟୀ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି।

 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme