Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଗାଡ଼ି ଧକ୍କାରେ ମହିଳା ଶ୍ରମିକ ମୃତ, କ୍ଷତିପୂରଣ ଦାବିରେ ରାସ୍ତାରୋକ

Posted on October 17, 2025

ସୁନ୍ଦରଗଡ ଜିଲ୍ଲା ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ବେଦବ୍ୟାସର କଲୁଙ୍ଗା ଶିଳ୍ପାଞ୍ଚଳ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ବୋଲେରୋ ଗାଡ଼ି ଧକ୍କାରେ ମହିଳା ଶ୍ରମିକ ମୃତ। ମୃତ ମହିଳା ଜଣକ ମୀନା ଚନ୍ଦନ ବୋଲି ଜଣାପଡ଼ିଛି।​​​​​

ସୂଚନା ମୁତାବକ,ସକାଳ ପ୍ରାୟ ସାଢ଼େ ୬ଟା ସମୟରେ ମୀନା ସାଇକଲ ଯୋଗେ କଲୁଙ୍ଗା ଶିଳ୍ପାଞ୍ଚଳକୁ ଶ୍ରମିକ ଭାବେ କାମ କରିବାକୁ ଯାଉଥିଲେ। ଅପରପକ୍ଷେ ବେଦବ୍ୟାସରୁ ୮ ଜଣ ବ୍ୟକ୍ତିଙ୍କୁ ନେଇ ଏକ ବୋଲେରୋ କଲୁଙ୍ଗା ଅଞ୍ଚଳକୁ ଆସୁଥିଲା। ହେଲେ ସେହି ସମୟରେ ଶିଳ୍ପାଞ୍ଚଳ ଛକରେ ବୋଲେରଟି ଅଚାନକ ଉକ୍ତ ମହିଳାଙ୍କୁ ଧକ୍କା ଦେଇଥିଲା । ଫଳରେ ମହିଳାଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଏନେଇ ସ୍ଥାନୀୟ ଲୋକ କ୍ଷତିପୂରଣ ଦାବିରେ ରାସ୍ତାରୋକ କରିଥିଲେ। ସେପଟେ ସୂଚନାପାଇ ବ୍ରାହ୍ମଣୀତରଙ୍ଗ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ସ୍ବଭାବିକ ହୋଇଥିଲା। ଏଥିସହ ପୁଲିସ ମୃତଦେହ ଜବତ କରି ରାଉରକେଲା ସରକାରୀ ଡାକ୍ତରଖାନାର ମର୍ଗ ହାଉସରେ ରଖିଛି। ଅନ୍ୟପଟେ ଦୁର୍ଘଟଣା ପରେ ଚାଳକ ଫେରାର ଥିବା ବେଳେ ପୁଲିସ ଗାଡ଼ି ଅଟକ ରଖି ତଦନ୍ତ ଚଳାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme