Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମୃତକଙ୍କ ପରିବାରକୁ ମିଳିବ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା

Posted on October 24, 2025

ଆନ୍ଧ୍ରପ୍ରଦେଶ କୁର୍ଣ୍ଣୁଲ ଜିଲ୍ଲାରେ ହାଇଦ୍ରାବାଦ-ବେଙ୍ଗାଲୁରୁ ହାଇୱେରେ ବସରେ ନିଆଁଲାଗିଯିବାରୁ ୨୦ ଜଣଙ୍କ ଜୀବନ ଚାଲିଯାଇଛି । ଆନ୍ଧ୍ରର କୁର୍ଣ୍ଣୁଲ ଜିଲ୍ଲା ଚିନ୍ନା ଟେକୁରୁ ଗାଁ ନିକଟରେ ଅଘଟଣ ଘଟଛି । ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ । ବସରେ ପାଖାପାଖି ୪୦ ରୁ ଅଧିକ ଯାତ୍ରୀ ଥିଲେ । ଆଗକୁ ମୃତ୍ୟୁ ସଂଖ୍ୟା ବଢିବ ବୋଲି ଆଶା କରାଯାଉଛି ।

ତେବେ ଘଟଣାକୁ ନେଇ ଦୁଃଖପ୍ରକାଶ କରିବା ସହ ଆର୍ଥିକ ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ମୃତକଙ୍କ ପରିବାରକୁ ୨ ଲକ୍ଷ ଏବଂ ଆହତଙ୍କୁ ୫୦ ହଜାର ରାଶି ନେଇ ଘୋଷଣା କରିଛନ୍ତି ।  ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲ ଜିଲ୍ଲାରେ ଏକ ଦୁର୍ଘଟଣାରେ ପ୍ରାଣହାନି ଯୋଗୁଁ ଅତ୍ୟନ୍ତ ମର୍ମାହତ । ଏହି କଷ୍ଟକର ସମୟରେ ସେମାନଙ୍କ ପରିବାର ପ୍ରତି ମୋର ସମବେଦନା। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି ।

ହାଇଦ୍ରାବାଦରୁ ବେଙ୍ଗାଲୁରୁ ଯାଉଥିବା ଏକ କାବେରୀ ଟ୍ରାଭେଲ୍ସ ବସରେ ହଠାତ୍ ଲାଗିଥିଲା ନିଆଁ । ବାଇକ୍‌ ସହ ଧକ୍କା ହେବାରୁ ବସରେ ହଠାତ୍ ନିଆଁ ଲାଗିଯାଇଥିଲା । ବସଟି କିଛି ମିନିଟ୍ ମଧ୍ୟରେ ପାଉଁଶ ହୋଇଗଲା । ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ କର୍ଣ୍ଣୁଲ ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଟ୍ରକ୍ ସହ ଧକ୍କା ହେଲା ସ୍କୁଟି, ଦୁଇ ମହିଳା ଆହତ
  • ହାତୀ ଛୁଆକୁ ନେଉନି ମାଆ, ମଣିଷ ଛୁଇଁଥିବା ଭାବି ଦଳକୁ ଫେରିପାରୁନି ହାତୀ ଛୁଆ
  • ଅଧିବେଶନ ପୂର୍ବରୁ ମୋଦୀ କହିଲେ, ‘ଏହା ବିଜୟର ଅହଙ୍କାର କିମ୍ବା ନାଟକ କରିବାର ସ୍ଥାନ ନୁହେଁ’
  • କମିବ ଥଣ୍ଡାର ପ୍ରକୋପ; ଆଗାମୀ ୪ଦିନ ବଢିବ ରାତି ତାପମାତ୍ରା
  • ଭୟଙ୍କର ବାତ୍ୟା ‘ସେନ୍ୟାର’ର ତାଣ୍ଡବ: ଦକ୍ଷିଣ-ପୂର୍ବ ଏସିଆରେ ୬ଶହ ଜୀବନହାନି

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (284)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (60)
  • ରାଜ୍ୟ (905)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme