Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବଢ଼ିଲା ବାତ୍ୟା ଭୟ,୨୭ରେ ନେଇପାରେ ବାତ୍ୟାର ରୂପ

Posted on October 24, 2025

ଅକ୍ଟୋବରରେ ବଢ଼ିଲା ବାତ୍ୟା ଭୟ ! ବଙ୍ଗୋପସାଗରରେ ମାଡ଼ି ଆସୁଛି ବାତ୍ୟା ! ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହେବା ନେଇ ଆଶଙ୍କା ରହିଛି। ଏ ନେଇ ସ୍ପଷ୍ଟ କରିଛି ଭାରତୀୟ ପାଣିପାଗ ବିଭାଗ । 

ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବ । ଏହା ୨୫ ତାରିଖ ବେଳକୁ ଅବପାତର ରୂପ ନେବାର ସମ୍ଭାବନା ରହିଛି । ସେହିପରି୨୬ ତାରିଖ ବେଳକୁ ଗଭୀର ଅବପାତରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ତେବେ ଏହା ଅଧିକ ଘନୀଭୂତ ହୋଇ ୨୭ ତାରିଖ ବେଳକୁ ନେଇ ପାରେ ବାତ୍ୟା ରୂପ । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏବେ ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ଘଣ୍ଟା ପ୍ରତି ଏହା ୩ କି.ମି. ବେଗରେ ଗତି କରୁଛି । ଅକ୍ଟୋବରରେ ବାତ୍ୟା ଆସୁଥିବାରୁ ଲୋକଙ୍କ ମନରେ ଛାନିଆ ପସିଛି । ସେପଟେ ଆଇଏମଡିର ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ରାଜ୍ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ସମସ୍ତ ଜିଲ୍ଲାପାଳ ମାନଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରଭାବିତ ହେବାକୁ ଥିବା ଜିଲ୍ଲା ଗୁଡ଼ିକରେ ରିଲିଫ୍ ସାମଗ୍ରୀ ମହଜୁତ ରଖିବାକୁ କୁହାଯାଇଛି । ଏହା ସହିତ ବାତ୍ୟା ଅଶ୍ରୟସ୍ଥଳୀ ଗୁଡ଼ିକ ପ୍ରସ୍ତୁତ ରଖିବାକୁ ସରକାରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ସେପଟେ ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜସ୍ବ ମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି । ରାଜ୍ୟରେ ପ୍ରଚୁର ପରିମାଣରେ ଖାଦ୍ୟ ସାମଗ୍ରୀ ମହଜୁତ ରହିଛି । ଡାକ୍ତରୀ ଟିମ୍ ସହିତ ଔଷଧ ସାମଗ୍ରୀ ଗଚ୍ଛିତ ରହିଛି । ଆବଶ୍ୟକ ପଡ଼ିଲେ ପ୍ରଭାବିତ ଅଞ୍ଚଳର ଲୋକଙ୍କୁ ସ୍ଥାନାନ୍ତରଣ କରିବାକୁ ପଦକ୍ଷେପ ନିଆଯିବ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଚନ୍ତି । ଏହାଛଡ଼ା ବାତ୍ୟାକୁ ନେଇ ଗୁଜବ ଠାରୁ ଦୂରେଇ ରହିବାକୁ କୁହାଯାଇଛି । 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme