Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଦନ୍ତା ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ

Posted on October 25, 2025

ଶୌଚ ପାଇଁ ଯାଇଥିବା ବେଳେ ଆକ୍ରମଣ କଲା ଦନ୍ତା । ଚାଲିଗଲା ବୃଦ୍ଧଙ୍କ ଜୀବନ । ମୃତକ ହେଲେ ଗଡସନ୍ତ୍ରୀ ପଞ୍ଚାୟତ ବଡ଼ଖଳି ଗାଁର ଅର୍ଜୁନ ଡାକୁଆଙ୍କ ପୁଅ ବିଜନ ଡାକୁଆ ।​​​​​​​ ​​​​​​ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଗଡ଼ସନ୍ତ୍ରୀ ପଞ୍ଚାୟତ ବଡ଼ଖଳି ଗାଁରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଶନିବାର ସକାଳ ୭ରେ ଘର ଠାରୁ ୫୦୦ ମିଟର ଦୂରକୁ ବିଜନ ଶୌଚ ହେବା ପାଇଁ ଯାଇଥିଲେ। ସେହି ସମୟରେ ଏକ ଦନ୍ତା ହାତୀ ହାବୁଡରେ ପଡ଼ିଯାଇଥିଲେ । ହାତୀଟି ବିଜନଙ୍କୁ ଟେକି କଚାଡି ଦେବା ସହ ଗୋଡ଼ରେ ଦଳି ଦେଇଥିଲା । ବିଜନଙ୍କ ଚିତ୍କାର ଶୁଣି ଘର ଲୋକ ଏବଂ ଗ୍ରାମବାସୀ ଘଟଣା ସ୍ଥଳରେ ପହଞ୍ଚି ହାତୀଟିକୁ ଘଉଡାଇ ଦେଇଥିଲେ। କିନ୍ତୁ ସେତେବେଳକୁ ବିଜନଙ୍କ ମୃତ୍ୟୁ ହୋଇସାରିଥିଲା। ଏହି ଘଟଣା ପରେ ଗାଁରେ ଅସନ୍ତୋଷ ପ୍ରକାଶ ପାଇବା ସହ କ୍ଷତିପୂରଣ ସହ ହାତୀକୁ ଅଞ୍ଚଳରୁ ଘଉଡ଼ାଇବା ପାଇଁ ଦାବି କରିଛନ୍ତି। ଘଟଣା ଘଟିବାର ଦେଢ ଘଣ୍ଟା ବିତି ଯାଇଥିଲେ ସୁଦ୍ଧା ପୁଲିସ କି ବନ ବିଭାଗ ଏପର୍ଯ୍ୟନ୍ତ ଘଟଣାସ୍ଥଳରେ ପହଞ୍ଚି ନାହାନ୍ତି । ଯାହା ପାଇଁ ଅସନ୍ତୋଷ ବଢିବାରେ ଲାଗିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme