Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

‘ଓଡ଼ିଶାର ଗୌରବ କୋରାପୁଟ କଫି’; ‘ମନ୍ କି ବାତ୍’ରେ କହିଲେ ପ୍ରଧାନମନ୍ତ୍ରୀ

Posted on October 27, 2025

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ କୋରାପୁଟ କଫିକୁ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଓଡ଼ିଶାର କୋରାପୁଟ କଫି ଅତ୍ୟନ୍ତ ସ୍ବାଦିଷ୍ଟ। କୋରାପୁଟ କଫି ହେଉଛି ଓଡ଼ିଶାର ଗୌରବ। ଚାକିରି ଛାଡ଼ି କଫି ଚାଷରେ ଅନେକ ଲୋକ ମନ ବଳାଉଛନ୍ତି। କଫି ଚାଷରେ ମହିଳାଙ୍କ ସହଭାଗିତାକୁ ମଧ୍ୟ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ଆଜିର ସମୟରେ କୋରାପୁଟ କଫିରୁ ବହୁ ଲାଭ ମିଳୁଛି।

ସେହିପରି ପ୍ରାରମ୍ଭରେ ପ୍ରଧାନମନ୍ତ୍ରୀ ଛଟ୍‌ ପର୍ବର ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଛଟ୍‌ ପର୍ବ ହିଁ ଏକତାର ପ୍ରତୀକ ଅଟେ। ସମାଜର ପ୍ରତ୍ୟେକ ବର୍ଗ ଛଟ ଘାଟରେ ଏକାଠି ଠିଆ ହୋଇଛନ୍ତି, ଯାହା ଭାରତର ସାମାଜିକ ଏକତାର ସବୁଠାରୁ ସୁନ୍ଦର ଉଦାହରଣ। ସେ ସମସ୍ତ ଦେଶବାସୀଙ୍କୁ ବାର୍ତ୍ତା ଦେଇଥିଲେ ଯେ, ସେମାନେ ଦେଶ କିମ୍ବା ବିଶ୍ୱର ଯେଉଁଠାରେ ଥାଆନ୍ତୁ ନା କାହିଁକି, ସେମାନେ ଏହି ମହାନ ଛଟ ପର୍ବରେ ଅଂଶଗ୍ରହଣ କରିବା ଏବଂ ଏହାକୁ ଅନୁଭବ କରିବା ଉଚିତ। ସେ ବିଶେଷକରି ବିହାର, ଝାଡ଼ଖଣ୍ଡ ଏବଂ ପୂର୍ବାଞ୍ଚଳର ଲୋକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଏଥିରେ ପ୍ରଧାନମନ୍ତ୍ରୀ ଅପରେଶନ ସିନ୍ଦୂର କଥା କହିବା ସହ ସ୍ବଦେଶୀ ଉତ୍ପାଦ କିଣିବାକୁ ଜନସାଧାରଣଙ୍କୁ ଆହ୍ବାନ ବି ଦେଇଛନ୍ତି। GSTକୁ ନେଇ ଦେଶବାସୀଙ୍କ ମଧ୍ୟରେ ଉତ୍ସାହ ରହିଛି। ବଜାରରେ ସ୍ବଦେଶୀ ଜିନିଷ ପ୍ରତି ଆଗ୍ରହ ବଢିବାରେ ଲାଗିଛି କହିଛନ୍ତି ପ୍ରଧାନମନ୍ତ୍ରୀ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme