
କମିଲା ସୁନା ଏବଂ ସ୍ଥିର ରହିଛି ରୂପା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୪,୪୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୪,୧୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୪,୪୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୪,୧୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୪,୪୮୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୪,୧୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୪,୬୩୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୪,୨୫୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୪,୯୧୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୪,୫୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୪,୪୮୦ ଓ ୧,୧୪,୧୦୦ ଟଙ୍କା ରହିଛି । ଅନ୍ୟପଟେ ରୂପା ମୂଲ୍ୟ କିଲୋ ପିଛା ୧, ୫୫,୦୦୦ ଟଙ୍କା ହୋଇଛି ।
