Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପୁଣି ହୀରାକୁଦ ଜଳଭଣ୍ଡାର ଖୋଲିଲା ଆଉ ୪ଟି ଗେଟ୍ । ବର୍ତ୍ତମାନ ୮ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି ।

Posted on September 24, 2025

ହୀରାକୁଦ ଖୋଲିଲା ଆଉ ୪ଟି ଗେଟ୍ , ର୍ଷାରେ ଉବୁଟୁବୁ ସମ୍ବଲପୁର । ଘରେ ପାଣି, ବାହାରେ ପାଣି । ଲହଡ଼ି ମାଡ଼ୁଛି ଆଣ୍ଠୁଏ ଉଚ୍ଚର ପାଣି । ଆସବାବପତ୍ର ସବୁ ପାଣିରେ ଭାସୁଛି । ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ସହରର ହାଉସିଂ ବୋର୍ଡ କଲୋନୀ, ଏସଆରଆଇଟି କଲୋନୀ, ଜଗନ୍ନାଥ କଲୋନୀ, ବରେଇପାଲି, ଟାଙ୍ଗରପାଲି, ସାକ୍ଷୀପଡା, ଷ୍ଟେସନ ପଡା ଓ କୁଲୁଥକାନି ଅଞ୍ଚଳରେ ପାଣି ଜମିଛି l ଡ୍ରେନେଜ ବ୍ୟବସ୍ଥା ଠିକ ନଥିବାରୁ ଗୋଟିଏ ଦିନର ବର୍ଷାରେ ବେହାଲ ହୋଇପଡିଛି ସହର ।

ସେପଟେ ପୁଣି ହୀରାକୁଦ ଜଳଭଣ୍ଡାର ଖୋଲିଲା ଆଉ ୪ଟି ଗେଟ୍ । ବର୍ତ୍ତମାନ ୮ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ପର୍ଯ୍ୟାୟକ୍ରମେ ଗେଟ ଖୋଲାଯାଇଛି । ବାମ ପାର୍ଶ୍ବରୁ ୫ଟି ଓ ଡାହାଣ ପାର୍ଶ୍ବରୁ ୩ଟି ଗେଟ୍ ଖୋଲାଯାଇଛି। ଏବେ ଜଳଭଣ୍ଡାରର ଜଳସ୍ତର ରହିଛି ୬୨୯.୯୭ ଫୁଟ । ଜଳଭଣ୍ଡାରକୁ ପ୍ରବେଶ କରୁଛି ୨ ଲକ୍ଷ ୫ ହଜାର ୪୨୪ କ୍ୟୁସେକ ଜଳ । ନିଷ୍କାସିତ ହେଉଛି ୧ ଲକ୍ଷ ୬୭ ହଜାର ୩୦୭ କ୍ୟୁସେକ ଜଳ ।

ଏପଟେ ଗେଟ ଖୋଲାଯାଇଥିବାରୁ ତଳମୁଣ୍ଡକୁ ସତର୍କ ସୂଚନା ଜାରି କରିଛନ୍ତି ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷ । ସେପଟେ, ୨୫ ତାରିଖରେ ବଙ୍ଗୋପସାଗର ଉପରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା । ୨୭ରେ ଅବପାତରେ ପରିଣତ ହୋଇ ଦକ୍ଷିଣ ଓଡ଼ିଶା ଓ ଆ‌ନ୍ଧ୍ରପ୍ରଦେଶ ଅତିକ୍ରମ କରିପାରେ । ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ଫଳରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme