
ପୁଣି ବଢୁଛି ସୁନା ଏବଂ ରୂପା ଦାମ୍। ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୩,୦୦୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୨,୭୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୩,୦୦୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୨,୭୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୩,୦୦୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୨,୭୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୩,୧୫୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୨,୯୦୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୩,୩୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୩,୧୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୩,୦୦୦ ଓ ୧,୧୨,୭୫୦ ଟଙ୍କା ରହିଛି । ଅନ୍ୟପଟେ ରୂପା ମୂଲ୍ୟ କିଲୋ ପିଛା ୧, ୫୨,୦୦୦ ଟଙ୍କା ହୋଇଛି ।

