Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୨୬ ଓ ୨୭ରେ ପ୍ରବଳ ବର୍ଷା ସମ୍ଭାବନା; ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

Posted on September 25, 2025

ଆସନ୍ତା ୨୬ ଓ ୨୭ ତାରିଖ ରାଜ୍ୟରେ  ପ୍ରବଳ ବର୍ଷା ହେବ । ୨୬ରେ ଲଘୁଚାପ ପ୍ରଭାବରେ କୋରାପୁଟ ଓ  ରାୟଗଡ଼ାରେ ଅତିପ୍ରବଳ ବର୍ଷା ହୋଇପାରେ । ଉତ୍ତର ଓଡ଼ିଶା ଓ  ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ୨୭ରେ ମଧ୍ୟ  ଦକ୍ଷିଣ ଓଡ଼ିଶାର ବହୁ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି । କିନ୍ତୁ ୨୮ ତାରିଖରୁ ବର୍ଷା ନାହିଁ ବୋଲି  ପୂର୍ବାନୁମାନ ଦିଆଯାଇଛି । ସେପଟେ ମହାନଦୀର ଉପରମୁଣ୍ଡରେ  ପ୍ରବଳ ବର୍ଷା ହୋଇଛି । ଆଗକୁ ଅଧିକ ବର୍ଷା ଥିବାରୁ ମହାନଦୀରେ  ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି ।

ଗୁରୁବାର ଲଘୁଚାପ ସୃଷ୍ଟି ହେବ । ଏହା ପ୍ରଭାବରେ  ଦକ୍ଷିଣ ଓଡ଼ିଶାର ବହୁ ଜିଲ୍ଲାରେ ଭାରୀ ବର୍ଷା ଆଶଙ୍କା ଅଛି ।  କୋରାପୁଟ, ରାୟଗଡ଼ା, ଗଜପତି, ମାଲକାନଗିରିରେ ପ୍ରବଳ ବର୍ଷା  ହୋଇପାରେ । ୨୬ ତାରିଖରେ ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା,  ମାଲକାନଗିରି, କଳାହାଣ୍ଡି, କନ୍ଧମାଳ ଓ ବାଲେଶ୍ୱରରେ ପ୍ରବଳ ବର୍ଷା  ହୋଇପାରେ । ୪୦ରୁ  ୫୦ କିମି ବେଗରେ  ପବନ ବହିବା ସହ  ପବନର ଝଟ୍‌କା  ୬୦କିମି ଛୁଇଁପାରେ ।  ମୟୂରଭଞ୍ଜକୁ ଅଧିକ ବର୍ଷା ଅଛି । ଆଭ୍ୟନ୍ତରୀଣ ଓଡି଼ଶା ଓ ଉପକୂଳ  ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

୨୭ ତାରିଖରେ ନବରଙ୍ଗପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା  ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଗଞ୍ଜାମ, ଗଜପତି,  ରାୟଗଡ଼ା, ମାଲକାନଗିରି ଓ କୋରାପୁଟରେ ପ୍ରବଳ ବର୍ଷା ହୋଇପାରେ ।  ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା  ଅଛି । ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ମଧ୍ୟ ବିଜୁଳି ଓ  ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

ଏବେ ଉତ୍ତର ଓଡ଼ିଶା ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର  ଉପରେ ଲଘୁଚାପ ରହିଛି ଓ ଧୀରେ ଧୀରେ ଦୁର୍ବଳ ହେଉଛି । ଆସନ୍ତା  ୧୨ ଘଣ୍ଟାରେ ଏହା ଆହୁରି ଦୁର୍ବଳ ହୋଇଯିବ । ଗୁରୁବାର ସୁଦ୍ଧା ଉତ୍ତର  ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି  ହେବ । ଏହା ପଶ୍ଚିମ ଦିଗରେ ମୁହାଁଇ ଅବପାତରେ ପରିଣତ ହେବ ।  ଏହା ପ୍ରଭାବରେ ୨୭ ତାରିଖ ଯାଏ ଅଧିକ ବର୍ଷା ହେବ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme