Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସପ୍ତାହ ଯାଏ ଶୁଖିଲା ପାଗ

Posted on November 4, 2025

ରାଜ୍ୟର ୨୮ସ୍ଥାନରେ ରାତି ତାପମାତ୍ରା ଖସିଛି ଓ ଆଗକୁ ଆହୁରି ଖସିବ । ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଅର୍ଥାତ୍‌ ଏକ ସପ୍ତାହ ଯାଏ ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ପାଣିପାଗ ବିଜ୍ଞାନ କେନ୍ଦ୍ରର  ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ଦୁଇ ଦିନରେ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ  କମିବ । ରବିବାର ରାତିର ତାପମାତ୍ରା ଅନେକ ସ୍ଥାନରେ ୨ ଡିଗ୍ରୀ ଖସିଛି ।  ଦାରିଙ୍ଗିବାଡ଼ି, ଫୁଲବାଣୀ, କୋରାପୁଟ, ଭଦ୍ରକ,ଝାରସୁଗୁଡ଼ା, ଅନୁଗୁଳ ଆଦି  ୬ଟି ସ୍ଥାନର ତାପମାତ୍ରା ୨୦ ଡିଗ୍ରୀ ତଳେ ରହିଥିଲା । ଦାରିଙ୍ଗିବାଡ଼ିରେ  ଶନିବାର ୧୯ ଡିଗ୍ରୀ ଥିବାବେଳେ  ରବିବାର ଏହା ୧୮ ଡିଗ୍ରୀକୁ ଖସିଥିଲା । କୋରାପୁଟରେ ଶନିବାରର ତାପମାତ୍ରା  ୧୫.୮ ଡିଗ୍ରୀ ଥିବାବେଳେ ଏହା ବଢ଼ି ୧୬ ଡିଗ୍ରୀ ହୋଇଛି । ସେହିପରି  ଫୁଲବାଣୀରେ ୦.୫ ଡିଗ୍ରୀ ବଢ଼ି ରବିବାର ରାତିରେ ୧୮.୫ ଡିଗ୍ରୀ ହୋଇଛି । 

ଭୁବନେଶ୍ୱରରେ ଶନିବାର ସର୍ବନିମ୍ନ ତଥା ରାତି ତାପମାତ୍ରା ୨୪ ଡିଗ୍ରୀ ରହିଥିଲା ରବିବାର ଏହା ଖସି ୨୨.୬ ଡିଗ୍ରୀ  ହୋଇଛି । କଟକର ତାପମାତ୍ରା ଶନିବାର ୨୩ ଡିଗ୍ରୀ ଥିବା ବେଳେ ରବିବାର ଏହା  ୨୧.୮ ଡିଗ୍ରୀକୁ ଖସିଥିଲା । ରବିବାର  ରାତିରେ ରାଉରକେଲାର ତାପମାତ୍ରା  ୨୧.୫ ଡିଗ୍ରୀ, କେନ୍ଦ୍ରାପଡ଼ାର ୨୧.୬,  ଜଗତ୍‌ସିଂହପୁରର ୨୨.୬, ଖୋର୍ଦ୍ଧାର  ୨୨.୫, ନବରଙ୍ଗପୁରର ୨୧.୪,  ଦେବଗଡ଼ର ୨୨.୫, ଯାଜପୁରର ୨୧.୬,  ଢେଙ୍କାନାଳର ୨୨.୪, ସୋନପୁରର ୨୨  ଡିଗ୍ରୀ, ପାରଳଖେମୁଣ୍ଡିର ୨୧ ଡିଗ୍ରୀ,  ସୁନ୍ଦରଗଡ଼ର ୨୦.୮, କେନ୍ଦୁଝରର ୨୦.୪,  ଝାରସୁଗୁଡ଼ାରେ ୧୯.୩, ଅନୁଗୁଳରେ  ୧୯.୬ ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରେକର୍ଡ  କରାଯାଇଛି । ପୁରୀରେ ରାତି ତାପମାତ୍ରା  ସର୍ବାଧିକ ୨୫.୮ ଡିଗ୍ରୀ ରହିଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme