Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଅନେକ ସମସ୍ୟାର ସମାଧାନ କରେ ଗୁଡ଼ ପାଣି

Posted on November 4, 2025

ସକାଳେ ଗୁଡ଼ପାଣି ପିଇଲେ ପାଚନ କ୍ରିୟା ସ୍ବାଭାବିକ ହୋଇଥାଏ। ଏଥିରେ ପ୍ରଚୁର ପରିମାଣରେ ପୋଟାସିୟମ ଏବଂ ସୋଡିୟମ ରହିଥାଏ। ଫଳରେ ରକ୍ତଚାପ ନିୟନ୍ତ୍ରଣ କରିବାରେ ଗୁଡ଼ପାଣି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଅଧାଗ୍ଲାସ ଗୁଡ଼ପାଣି ନିୟମିତ ପିଇଲେ ଲିଭର ସମସ୍ୟା ଦୂର ହେବା ସହିତ ଫ୍ଲୁ’ ରୁ ମୁକ୍ତି ମିଳିଥାଏ । ଏନେଇ ଆମେରିକା ଓହିଓ ବିଶ୍ୱ ବିଦ୍ୟାଳୟରେ ହୋଇଥିବା ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଗୁଡ଼ପାଣି ରକ୍ତ ସଫା କରିବାରେ ସହାୟକ ହୋଇଥାଏ। ଶରୀରରେ ପ୍ରତିଷେଧକ ଶକ୍ତି ବୃଦ୍ଧି ଲାଗି ଏହା ମହୌଷଧୀ ସାବ୍ୟସ୍ତ ହୋଇଥାଏ। ଏହା ଶ୍ୱାସନଳୀର କାର୍ଯ୍ୟକୁ ସ୍ବାଭାବିକ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ । ଫଳରେ ବିଭିନ୍ନ ବାୟୁ ପ୍ରଦୂଷଣରେ ଏହା ଶରୀର ଲାଗି ସୃଷ୍ଟି କରିଥାଏ ସୁରକ୍ଷା ବଳୟ। ମହିଳାଙ୍କଠାରେ ଦେଖାଦେଉଥିବା ବିଭିନ୍ନ ଋତୁସ୍ରାବ ସମସ୍ୟା ନିୟମିତ ଗୁଡ଼ପାଣି ପିଇଲେ ଦୂର ହୋଇଥାଏ। ଏହା ରକ୍ତହୀନତା ରୋଗରୁ ମୁକ୍ତି ଦିଏ ତଥା ପେଟକୁ ଥଣ୍ଡା ରଖିବାରେ ହୋଇଥାଏ ସହାୟକ। ବିଭିନ୍ନ ଆଣ୍ଠୁଗଣ୍ଠି ସମସ୍ୟାରୁ ଏହା ମୁକ୍ତି ଦେବା ସହିତ ମେଦବହୁଳତା କମାଇବାରେ ମଧ୍ୟ ସହାୟକ ହୋଇଥାଏ ବୋଲି ରିପୋର୍ଟରେ କୁହାଯାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme