Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଦ୍ୱାରଶୁଣୀ ଘାଟିରେ ଟ୍ରକ୍ ଦୁର୍ଘଟଣା: ଜଣେ ମୃତ

Posted on November 5, 2025

ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଦ୍ୱାରଶୁଣୀ ଘାଟି ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା । ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ପିଟିଲା ଆଉ ଏକ ଟ୍ରକ୍‌​​​​​​​ । ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ମୃତକ ପଶ୍ଚିମବଙ୍ଗ ଟାପୁରିଆ ଅଞ୍ଚଳର ଶେଖ ଜାରଗିସ ଅଲ୍ଲୀ ବୋଲି ଜଣାପଡ଼ିଛି ।

ସୂଚନା ମୁତାବକ, ମଙ୍ଗଳବାର ବିଳମ୍ବିତ ରାତିରେ ବଜାର ପଟୁ ଏକ ବୋଇତ ଆଳୁ ବୋଝେଇ ଟ୍ରକ୍ ଘାଟିରେ ଉଠୁଥିଲା । ଏତିକି ବେଳେ ବଡ଼ ଘାଟି ନିକଟରେ ରାସ୍ତା କଡ଼ ପଥରରେ ବାଡେଇ ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ଟ୍ରକ୍‌ ଚାଳକ ଗୁରୁତର ହୋଇଥିଲେ। ସେହି ସମୟରେ ରାସ୍ତାରେ ଏକ ଅଟୋ ଯୋଗେ ଯାଉଥିବା ଦୁଇ ଜଣ ବୁଲା କମ୍ବଳ ବିକାଳୀ ଚାଳକକୁ ଉଦ୍ଧାର କରିବାକୁ ପ୍ରୟାସ କରିଥିଲେ ।  ଏତିକି ବେଳେ ଦୃତ ଗତିରେ ଆସୁଥିବା ଅନ୍ୟ ଏକ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ଟ୍ରକ ସହ ଉଭୟଙ୍କୁ ଧକ୍କା ଦେଇଥିଲା । ଫଳରେ ଦୁଇ ବାଇକ ଆରୋହୀଙ୍କ ମଧ୍ୟରୁ ପଶ୍ଚିମବଙ୍ଗର ଟାପୁରିଆ ଅଞ୍ଚଳର ଶେଖ ଜାରଗିସ ଅଲ୍ଲୀଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିଲା । ଅଟୋରେ ଥିବା ଅନ୍ୟ ଆରୋହୀ ମଧ୍ୟ ଗୁରୁତର ଆହତ ହୋଇଥିଲେ। ଖବର ପାଇ ବାଙ୍ଗିରିପୋଷି ପୁଲିସ ଓ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି କ୍ରେନ ସାହାଯ୍ୟରେ ମୃତାହତଙ୍କୁ ଉଦ୍ଧାର କରିଥିଲେ । ଉଦ୍ଧାର ପରେ ବାଙ୍ଗିରିପୋଷି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଗୁରୁତରଙ୍କୁ ବାରିପଦା ପିଆରଏମ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme