Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସତରେ କ’ଣ ଛାଡ଼ଖାଇ ଦିନ ଆମିଷ ଖାଆନ୍ତି?

Posted on November 6, 2025

ସରିଲା କାର୍ତ୍ତିକ ମାସ । ଆଜି ସାରା ଓଡିଶା ପାଳୁଛି ଛାଡଖାଇ । ଲୋକଙ୍କ ବିଶ୍ୱାସ ରହିଛି ଯେ, କାର୍ତ୍ତିକ ମାସ ଏକ ପବିତ୍ର ମାସ । ଏହି ମାସରେ ସେବା ଧର୍ମ କଲେ ପୁଣ୍ୟ ମିଳେ । ସେଥିପାଇଁ କାର୍ତ୍ତିକ ବ୍ରତ ପାଳନ କରୁଥିବା ଲୋକ ପୂର୍ଣ୍ଣିମା ପର୍ଯ୍ୟନ୍ତ ଆମିଷ ଖାଆନ୍ତି ନାହିଁ । କେହି କେହି କେବଳ ପଞ୍ଚୁକ ପାଞ୍ଚଦିନ ମାନନ୍ତି । ତା ପରଦିନ ପ୍ରାୟ ସମସ୍ତଙ୍କ ଘରେ ହୁଏ ଆମିଷ । ଅମିଷ ମାକେର୍ଟରେ ପ୍ରବଳ ଭିଡ ଦେଖିବାକୁ ମିଳେ । ଏହି ଅବସରରେ ଆମିଷ ବେପାରୀ ମାଛ, ମାଂସ ସବୁର ଦର ଦାମ ବଢାଇ ଦିଅନ୍ତି । ତେବେ ଛାଡଖାଇର ପ୍ରକୃତ ଅର୍ଥ କଣ? ଆମିଷ ଭୋଜନ କରିବା ନା ଏହା ପଛରେ ରହିଛି ଅନ୍ୟ କିଛି କାରଣ ଆସନ୍ତୁ ଜାଣିବା । 

କାର୍ତ୍ତିକ ମାସରେ ହବିଷ କରୁଥିବା ହବିଷିଆଳି ମାନେ ମାସ ସାରା ଦିନକୁ ମାତ୍ର ଗୋଟିଏ ଥର ଖାଇ ହବିଷ କରିଥାଆନ୍ତି । କାର୍ତ୍ତିକ ପୂର୍ଣ୍ଣିମୀ ପରଦିନ ଛାଡଖାଇର ଅସଲ ଅର୍ଥ ସେହିଦିନ ସମ୍ପୂର୍ଣ୍ଣ ଭାବରେ ଆହାର ଛାଡି ନିର୍ଜଳା ଉପବାସ କରିଥାଆନ୍ତି । ଯାହାକୁ ଛାଡଖାଇ କୁହାଯାଏ । ଆମେ କିନ୍ତୁ ଛାଡଖାଇକୁ ଅଲଗା ଅର୍ଥରେ ନେଇ, ସେହି ପବିତ୍ର ଦିନରେ ଆମିଷ ଭକ୍ଷଣ କରିଥାଉ । ଯାହା ଆମ ପରମ୍ପରାକୁ ଆଘାତ ପଂହଚାଇ ଥାଏ । ତେବେ ଛାଡଖାଇର କିଛି ଅନ୍ୟ ଅର୍ଥ ମଧ୍ୟ ରହିଛି । ଛାଡ଼ଖାଇ, ଓଡ଼ିଶାରେ ପାଳିତ ଏକ ସାମାଜିକ ଚଳଣି । ବ୍ରତୀମାନେ ସମ୍ପୂର୍ଣ୍ଣ ମାସ ଆମିଷ ଭକ୍ଷଣରୁ ନିଜକୁ ବଞ୍ଚେଇ ରଖିଥାନ୍ତି । ଛାଡ଼ଖାଇ ଶବ୍ଦଟି, ‘ଛାଡ଼’ ଓ ‘ଖାଇ’ ଦୁଇଟି ଶବ୍ଦର ସନ୍ଧିରୁ ସୃଷ୍ଟି । ଛାଡ଼ ଅର୍ଥ ସମୟର ଅନ୍ତରାଳ ଓ ଖାଇ ଅର୍ଥ ଖାଇବା । ଅର୍ଥାତ, କିଛି ସମୟ ଅନ୍ତରାଳ ପରେ ଖାଇବା । ଲୋକମାନେ ମାସେ କାଳ ଆମିଷ ଖାଦ୍ୟରୁ ନିବୃତ ରହି କାର୍ତ୍ତିକ ମାସ ଶେଷରେ ପ୍ରଥମ ଦିନ ହିଁ ଆମିଷ ଖାଦ୍ୟ ଖାଇବାକୁ ପସନ୍ଦ କରନ୍ତି ।
 
କିଛି ତଥ୍ୟ ଅନୁଯାୟୀ ଓଡ଼ିଆ ସାଧବ ପୁଅମାନେ ନୌବାଣିଜ୍ୟ କରିବା ପାଇଁ ଏବଂ କେଉଟମାନେ ସମୁଦ୍ରକୁ ମାଛ ମାରିବା ପାଇଁ ଏହି ସମୟରେ ଯାତ୍ରାରମ୍ଭ କରୁଥିଲେ । ସେମାନଙ୍କୁ ମେଲାଣି ଦେବାପାଇଁ ଆୟୋଜନ କରାଯାଉଥିବା ଭୋଜିରେ ଆମିଷ ଖାଦ୍ୟ ରହୁଥିଲା । ଛାଡ଼ଖାଇ ଏହିପରି ଭାବରେ ଆରମ୍ଭ ହୋଇଥାଇପାରେ ବୋଲି ଲୋକମତ ରହିଛି । ବର୍ଷର ଏହି ସମୟରେ ମାଛମାନେ ସମୁଦ୍ର ତଟକୁ ଆସନ୍ତି, ତେଣୁ ମାଛ ଅମଳ ମଧ୍ୟ ଭଲ ହୋଇଥାଏ । କିଛି ମତରେ, ଛାଡ଼ଖାଇରୁ ଶୀତ ଋତୁର ଆରମ୍ଭ ହୋଇଥାଏ । ଶୀତ ଦିନରେ ମାଂସରେ ସ୍ନେହସାର ଓ ଆଦ୍ରତାର ଅନୁପାତ ଭଲ ରହୁଥିବାରୁ, ଶୀତ ଦିନ ଆମିଷ ଖାଇବା  ସବୁଠାରୁ ଭଲ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme