Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

 

Posted on November 6, 2025

ବାଇକ ଦୁର୍ଘଟଣାରେ ଚାଳକ ମୃତ

ରାୟଗଡ଼ା ଜିଲ୍ଲା ଗୁଣପୁର ଥାନା ଅନ୍ତର୍ଗତ ଚିନାରୀଗୁଡା ଛକ ନିକଟରେ ବାଇକ ଦୁର୍ଘଟଣାରେ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ କାଶିନଗର ବ୍ଲକ ଅନ୍ତର୍ଗତ ଟାଙ୍କୁଆଗୁଡ଼ା ଗ୍ରାମର ବୁଡୁ ଶବର।

ମିଳିଥିବା ସୂଚନା ଅନୁଯାୟୀ ସନ୍ଧ୍ୟାରେ ମୃତକ ଜଣକ କୌଣସି  କାମରେ ସମ୍ପର୍କୀୟ ଝିଆରୀଙ୍କ ସହ ଗୁଣପୁର ଆସି ବାଇକ ଯୋଗେ ଘରକୁ ଫେରିବା ସମୟରେ ଚିନାରୀଗୁଡ଼ା ନିକଟରେ ଦୁର୍ଘଟଣାର ଶିକାର ହୋଇଥିଲେ।

କୌଣସି ସୂତ୍ରରୁ ଖବର ପାଇ ଗୁଣପୁର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ଗୁଣପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିବା ବେଳେ ସେଠାରେ ବୁଡୁ ଶବରଙ୍କୁ  ଡାକ୍ତର ମୃତ ଘୋଷଣା କରିଥିଲେ। ମୃତଦେହକୁ ଜବତ କରିବା ସହ ଗୁଣପୁର ପୁଲିସ  ଘଟଣାର ତଦନ୍ତ ଜାରି ରଖିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

October 2026
M T W T F S S
 1234
567891011
12131415161718
19202122232425
262728293031  
« Sep    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme