Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଡିଭାଇଡରେ ପିଟି ହେଲା ଟୁରିଷ୍ଟ ଗାଡ଼ି, ୧୭ ଗୁରୁତର

Posted on November 7, 2025

ଜାତୀୟ ରାଜପଥରେ ଡିଭାଇଡରେ ପିଟି ହେଲା ଟୁରିଷ୍ଟ ଗାଡ଼ି । ୧୭ ଜଣ ଗୁରୁତର ହୋଇଛନ୍ତି । ସମ୍ବଲପୁରର ମାଆ ସମଲେଶ୍ୱରୀ ଦର୍ଶନ ପାଇଁ ଏକ ଟୁରିଷ୍ଟ ଗାଡ଼ିର ଲୋକମାନେ ଯାଉଥିବା ବେଳେ ଡିଭାଇଡର ପିଟି ହୋଇଥିଲା । ୫୫ ନମ୍ବର ଜାତୀୟ ରାଜ ପଥର ଅନୁଗୋଳ ଜିଲ୍ଲା ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ତୀର୍ଥଯାତ୍ରୀ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ଗାଡ଼ିରେ ବସିଥିବା ୧୭ ଜଣ ଗୁରୁତର ହୋଇଛନ୍ତି ।

ସେମାନଙ୍କୁ ଅଞ୍ଚଳବାସୀ ଉଦ୍ଧାର କରି ଚିକିତ୍ସା ପାଇଁ ଆମ୍ବୁଲାନ୍ସରେ କିଶୋରନଗର ମେଡିକାଲରେ ଭର୍ତ୍ତି କରିଛନ୍ତି । ୭ ଜଣଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ଅନୁଗୋଳ ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଭୁବନେଶ୍ୱରରୁ ସମ୍ବଲପୁର ସମଲେଇ ଦର୍ଶନ କରିବା ପାଇଁ ୧୭ ଜଣ ଯାତ୍ରୀଙ୍କୁ ନେଇ ଏକ ଟୁରିଷ୍ଟ ଗାଡ଼ି ଯାଉଥିବା ବେଳେ ଚାଳକ ଭାରସାମ୍ୟ ହରାଇବାରୁ ଦୁର୍ଘଟଣା ଘଟିଥିଲା । ବଇଣ୍ଡା ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme