Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

Posted on November 8, 2025

କେନ୍ଦୁଝର ଜିଲ୍ଲା ଜାତୀୟ ରାଜପଥ ୨୦ ଘଷିପୁରା ଥାନା ଶାଳପଡାରେ ଥିବା କନକ ମଞ୍ଜରୀ ମହିଳା ମହାବିଦ୍ୟାଳୟ ସମ୍ମୁଖରେ ମର୍ମନ୍ତୁଦ ଦୁର୍ଘଟଣା । ଦୁଇ କଲେଜ ଛାତ୍ରୀଙ୍କୁ ଧକ୍କା ଦେଲା ଅଜଣା ଗାଡ଼ି । ଦୁର୍ଘଟଣାରେ ଉଭୟ କଲେଜ ଛାତ୍ରୀଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣା ପରେ ବେଲବାହାଳିରେ ରାସ୍ତାରୋକ କରିଛନ୍ତି ଉତ୍ୟକ୍ତ ଲୋକେ ।

ସୂଚନା ମୁତାବକ, ଶାଳପଡାରେ ଥିବା କନକ ମଞ୍ଜରୀ ମହିଳା ମହାବିଦ୍ୟାଳୟର ଯୁକ୍ତ ୩ ପ୍ରଥମ ବର୍ଷର ୨ଜଣ ଛାତ୍ରୀ କ୍ଲାସ୍‌ ସାରି ଘରକୁ ଫେରୁଥିଲେ । ଫେରିବା ବାଟରେ କଲେଜ ଠାରୁ ଅଳ୍ପ ଦୂରରେ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇ ଦ୍ରୁତ ଗତିରେ ପଳାଇଥିଲା। ଦୁର୍ଘଟଣାରେ ଉଭୟ ଛାତ୍ରୀ ଚେତାଶୂନ୍ୟ ଅବସ୍ଥାରେ ରାସ୍ତା କଡ଼କୁ ଛିଟିକି ପଡ଼ିଥିଲେ । ସ୍ଥାନୀୟଲୋକେ ତୁରନ୍ତ ସେମାନଙ୍କୁ ଉଦ୍ଧାର କରି ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି । ମୃତ ଛାତ୍ରୀଙ୍କ ମଧ୍ୟରୁ ଜଣେ ବେଲବାହାଳି ଗାଁର ହୋଇଥିବା ବେଳେ ଅନ୍ୟଜଣକ ସିଆପଡା ଗାଁର ବୋଲି ଜଣାପଡ଼ିଛି । ଘଟଣା ପରେ କିଛି ସମୟ ମେଡିକାଲ ପରିସରରେ ଉତ୍ତେଜନା ଲାଗି ରହିଥିବା ବେଳେ ଦୁର୍ଘଟଣାକୁ କେନ୍ଦ୍ର କରି ବେଲବାହାଳିରେ ରାସ୍ତାରୋକ ଆରମ୍ଭ ହୋଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme