Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପୁରୀରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଗୁପ୍ତ ଗୁଣ୍ଡିଚା ଯାତ୍ରା; ଆଗାମୀ ଆଠ ଦିନ ପର୍ଯ୍ୟନ୍ତ ଚାଲିବ ଏହି ଯାତ୍ରା

Posted on September 25, 2025

ମହାପ୍ରଭୁ ଶ୍ରୀ ଜଗନ୍ନାଥ ହେଉଛନ୍ତି ଭାବର ଠାକୁର । ଭାବ ଥିଲେ ତାଙ୍କୁ ପାଇବା ହୋଇଯାଏ ସହଜ । ଏହି ଭାବକୁ ନେଇ ପୁରୀରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଗୁପ୍ତ ଗୁଣ୍ଡିଚା ଯାତ୍ରା । ନୀଳାଦ୍ରୀବିଜେ ଦିନ ମା ଲକ୍ଷ୍ମୀଙ୍କୁ ଦେଇଥିବା ପ୍ରତିଶ୍ରୁତି ପାଳନ କରି ଗୁପ୍ତ ଗୁଣ୍ଡିଚା ଯାତ୍ରା କରୁଛନ୍ତି ମହାପ୍ରଭୁ । ଶ୍ରୀକ୍ଷେତ୍ରରେ ଦୁର୍ଗାମାଧବ ଉପାସନାର ଆଜିଠାରୁ ଗୁପ୍ତଗୁଣ୍ଡିଚା ଯାତ୍ରା ଆରମ୍ଭ ହୋଇଛି । ଶ୍ରୀଜଗନ୍ନାଥ ଏହି ଯାତ୍ରାରେ ମା’ ମହାଲକ୍ଷ୍ମୀ ସ୍ବରୂପା ମା’ ଦୁର୍ଗାଙ୍କୁ ସାଙ୍ଗରେ ନେଇ ଦୋଳମଣ୍ଡପ ସାହି ସ୍ଥିତ ନାରାୟଣୀ ମନ୍ଦିରକୁ ଆଗାମୀ ଆଠ ଦିନ ପର୍ଯ୍ୟନ୍ତ ବିଜେ କରିଥାନ୍ତି । ଲୋକକଥା ଅନୁସାରେ ମା’ ଲକ୍ଷ୍ମୀଙ୍କୁ ରଥଯାତ୍ରା ନେଇ ନଥିବା ହେତୁ ନୀଳାଦ୍ରି ବିଜେ ଦିନ ଅଭିମାନିନୀ ମା’ ଲକ୍ଷ୍ମୀଙ୍କୁ ଗୁପ୍ତଗୁଣ୍ଡିଚା ନେବା ପାଇଁ ପ୍ରତିଶୃତି ପାଳନ ପୂର୍ବକ ସଂସ୍କୃତି ଓ ପରମ୍ପରାକୁ ରକ୍ଷା କରି ଏହି ନିଆରା ଯାତ୍ରା ଆଜି ଠାରୁ ଆରମ୍ଭ ହୋଇଛି । ଯାହାକୁ ଦର୍ଶନ କରି ଭକ୍ତମାନେ କୃତାର୍ଥ ଲାଭ କରୁଛନ୍ତି ।

ଆଶ୍ବିନ ମାସରେ ଷୋଳପୂଜା ସମୟରେ ପ୍ରଥମ ଆଠ ଦିନ ଦୁର୍ଗା ମାଧବ ଶ୍ରୀମନ୍ଦିର ପରିସରରେ ଥିବା ମା’ ବିମଳାଙ୍କ ମନ୍ଦିର ଜଗମୋହନରେ ପୂଜା ପାଉଥିବା ବେଳେ ଶେଷ ୮ ଦିନ ଦୋଳମଣ୍ଡପ ସାହି ନାରାୟଣୀ ମନ୍ଦିରକୁ ବିଜେ କରିଥାନ୍ତି । ଶାକ୍ତ ଗୁଣ୍ଡିଚା ବା ଗୁପ୍ତ ଗୁଣ୍ଡିଚା ଭାବେ ଅଭିହିତ ଏହି ନିଆରା ପାରମ୍ପରିକ ଯାତ୍ରା କାହିଁ ପ୍ରାଚୀନ କାଳରୁ ଅନୁଷ୍ଠିତ ହୋଇଆସୁଛି । ଦୁର୍ଗାମାଧବ ଉପାସନାର ପ୍ରତୀକ ସ୍ୱରୂପ ଶ୍ରୀଜଗନ୍ନାଥ ଗୁପ୍ତଗୁଣ୍ଡିଚାରେ ମା’ ମହାଲକ୍ଷ୍ମୀ ସ୍ବରୂପା ମା’ ଦୁର୍ଗାଙ୍କୁ ନେଇ ବିଜେ କରନ୍ତି ।

ଆଜି ସକାଳ ଧୂପ ନୀତି ପରେ ଦୁର୍ଗାମାଧବଙ୍କୁ ସ୍ୱତନ୍ତ୍ର ବିମାନରେ ବିଜେ କରାଯାଇଥିଲା । ବିଜେ ସମୟରେ ଘଣ୍ଟ ଛତା ବିଜେ କାହାଳି ବଜାଯାଇ ଶ୍ରୀମନ୍ଦିରରୁ ଦୋଳମଣ୍ଡପ ସାହି ନାରାୟଣୀ ମନ୍ଦିରକୁ ବିଜେ କରାଯାଇଥିଲା । ସେଠାରେ ପହଞ୍ଚିବା ପରେ ସ୍ୱତନ୍ତ୍ର ଉପଚାରରେ ପୂଜାର୍ଚ୍ଚନା କରାଯାଇଥିବାବେଳେ ନାରାୟଣୀ ମନ୍ଦିରରେ ଦୁର୍ଗା ମାଧବ ଅବସ୍ଥାନ କରିଥିଲେ । ସ୍ୱତନ୍ତ୍ର ଭାବେ ଏଠାରେ ତାଙ୍କୁ ମାଣ୍ଡୁଆ ଓ ଖଇକୋରା ଭୋଗ ଲାଗି କରାଯିବାର ବିଧି ରହିଥିବା ବେଳେ ଏହି ନିଆରା ପରମ୍ପରାକୁ ଦର୍ଶନ କରି ଭକ୍ତ ମାନେ ବିଭୋର ହୋଇପଡିଥିଲେ ।

ଶାରଦୀୟ ଦୁର୍ଗାଉତ୍ସବରେ ନିଆରା ଓ ଅନନ୍ୟ ଏହି ପରମ୍ପରା ଏବେ ବି ବିଧି ଅନୁସାରେ ପାଳିତ ହୋଇଆସୁଛି । ତେବେ ଶ୍ରୀମନ୍ଦିରରେ ଚନ୍ଦନଲାଗି ନୀତି ବଢିବା ପରେ ନାରାୟଣୀ ମନ୍ଦିରରୁ ଦୁର୍ଗାମାଧବ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିଥାନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme