Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ହାତୀ ଆକ୍ରମଣରେ ଚାଲିଗଲା ଜୀବନ

Posted on November 9, 2025

ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଶନିବାର ପ୍ରାୟ ସନ୍ଧ୍ୟା ୮ଟା ସମୟରେ ଏଭଳି ଅଘଟଣ ଘଟିଛି । ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ବନଖଣ୍ଡ ମଣନ୍ଦା ରେଞ୍ଜ ତୁଳସୀବଣୀ ଫରେଷ୍ଟ ବିଟ୍ ରାଜପାଲ ଗାଁର ମଧୁବାରିର ପୁଅ ସାଙ୍ଗବାରିଙ୍କର ହାତୀ ଆକ୍ରମଣରେ ମୃତ୍ୟୁ ହୋଇଛି । ସୂଚନାନୁସାରେ, ଶିମିଳିପାଳ ପାଦ ତଳେ ଥିବା ରାଜପାଲ ଗ୍ରାମର ୫୫ ବର୍ଷୀୟ ସାଙ୍ଗବାରି ଘର ବାହାରକୁ ବାହାରି ଥିବାବେଳେ ହଠାତ୍ ପଛପଟୁ ଏକ ଦନ୍ତା ହାତୀ ଆକ୍ରମଣ କରିଥିଲା । ଯାହା ଫଳରେ ତାଙ୍କର ମୃତ୍ୟୁ ହୋଇଥିଲା ।

ଏନେଇ ଜଙ୍ଗଲ ବିଭାଗ ଖବର ପାଇ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ । ପରେ ପୁଲିସ ସୂଚନା ପାଇ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ଯଶିପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ନେଇଥିଲେ । ସେଠାରେ ବ୍ୟବଚ୍ଛେଦ ନ ହେବାରୁ ଉପଖଣ୍ଡ ସରକାରୀ ଚିକିତ୍ସାଳୟ ରାଇରଙ୍ଗପୁର ସ୍ଥାନାନ୍ତରିତ ହୋଇଥିଲା । ରବିବାବ ଶବ ବ୍ୟବଚ୍ଛେଦ ହେବ । ମୃତକଙ୍କ ପରିବାର ଅତ୍ୟନ୍ତ ଗରିବ ହୋଇଥିବାରୁ ପରିବାରକୁ ସରକାରୀ ସ୍ତରରେ ଆର୍ଥିକ ସହାୟତା ପ୍ରଦାନ ପାଇଁ ଗ୍ରାମବାସୀ ଦାବି କରିଛନ୍ତି । ଉକ୍ତ ଅଞ୍ଚଳ ଖୁଦ ଜଙ୍ଗଲ ବିଭାଗ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆଙ୍କ ଘର ପାଖ ଓ ନିଜ ନିର୍ବାଚନ ମଣ୍ଡଳୀ ଅଧୀନ ଅଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme