Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ରାଜପଥ ନୁହେଁ ମରଣଜନ୍ତା ! ପୃଥକ ପୃଥକ ଦୁର୍ଘଟଣାରେ ୩ ମୃତ

Posted on November 10, 2025

ଜାତୀୟ ରାଜପଥରେ ଦୁଇଟି ପୃଥକ ପୃଥକ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ଏଥିରେ ୧୦ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ରବିବାର ସନ୍ଧ୍ୟାରେ ରାଞ୍ଚି-ବିଜୟୱାଡା ଜାତୀୟ ରାଜପଥର ରେଢ଼ାଖୋଲ ଥାନା ଡିମିରିକୁଦା ନିକଟରେ ଏକ ଅଜଣା ଗାଡି ଧକ୍କାରେ ମାଆ-ପୁଅଙ୍କ ମୃତ୍ୟୁ ହୋଇଛି । ସେହିପରି ରବିବାର ବିଳମ୍ବିତ ରାତିରେ କଟକ-ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଲୁହାପଙ୍କ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏଥିରେ ବସ୍‌ କଣ୍ଡକ୍ଟରଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୧୦ଜଣ ଯାତ୍ରୀ ଆହତ ହୋଇଛନ୍ତି ।

ସୂଚନା ମୁତାବକ, ରବିବାର ସନ୍ଧ୍ୟାରେ ରାଞ୍ଚି-ବିଜୟୱାଡା ଜାତୀୟ ରାଜପଥର ରେଢ଼ାଖୋଲ ଥାନା ଡିମିରିକୁଦା ନିକଟରେ ଏକ ଅଜଣା ଗାଡି ଧକ୍କାରେ ମାଆ ପୁଅଙ୍କ ମୃତ୍ୟୁ ହୋଇଥିଲା । ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ କରୁଛି ।

ସେପଟେ ରବିବାର ବିଳମ୍ୱିତ ରାତିରେ କଟକ ପଟରୁ ସମ୍ବଲପୁର ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ରେଢ଼ାଖୋଲ ଥାନା ଲୁହାପଙ୍କ ନିକଟରେ ଏକ ଟ୍ରେଲର ସହିତ ଧକ୍କା ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣାରେ ବସ୍‌ କଣ୍ଡକ୍ଟରଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୧୦ଜଣ ଆହତ ହୋଇ ଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ରେଢ଼ାଖୋଲ ହସ୍ପିଟାଲରେ ଭର୍ତ୍ତି କରିଛି । ସେହିପରି ମୃତଦେହକୁ ଜବତ କରି ତଦନ୍ତ କରୁଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme