Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନୂଆପଡା ଉପନିର୍ବାଚନରେ ଶାନ୍ତିପୂର୍ଣ୍ଣ ଭୋଟିଂ – ସକାଳ ୯ଟା ସୁଦ୍ଧା ୧୪.୯୯% ମତଦାନ

Posted on November 11, 2025

ନୂଆପଡା ଉପନିର୍ବାଚନ ପାଇଁ ଆଜି ଶାନ୍ତିପୂର୍ଣ୍ଣ ଭାବରେ ଭୋଟ ଗ୍ରହଣ ଚାଲିଛି । ସକାଳ ୯ଟା ସୁଦ୍ଧା ୧୪.୯୯ ପ୍ରତିଶତ ଭୋଟ ହୋଇସାରିଛି । ମୋଟ ୩୫୮ଟି ବୁଥରେ ମତଦାନ ଚାଲିଛି ।

ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ପରିବାର ସହ ସକାଳୁ ସକାଳୁ ଆସି ଭୋଟ ଦେଇଛନ୍ତି । ବରିଷ୍ଠ ବିଜେପି ନେତା ବସନ୍ତ ପଣ୍ଡା ମଧ୍ୟ ନିଜ ମତ ସାବ୍ୟସ୍ତ କରିଛନ୍ତି । ସେହିପରି ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ନୂଆପଡା ବିଧାନସଭା ଅଞ୍ଚଳର ବିଭିନ୍ନ ବୁଥ ଘୁରି ସମସ୍ତଙ୍କୁ ଭୋଟ ଦେବାକୁ ଅନୁରୋଧ କରିଛନ୍ତି।

ଭୋଟିଂ ଶାନ୍ତି ଓ ଶୃଙ୍ଖଳାରେ ଚାଲିଛି । ୩୧୧ଟି ବୁଥରେ ସକାଳ ୭ରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମତଦାନ ହେଉଛି, ଯେଉଁଠାରେ ଅବଶିଷ୍ଟ ୪୭ଟି ବୁଥରେ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଭୋଟିଂ ହେବ ।

ଏହି ଉପନିର୍ବାଚନରେ ମୋଟ ୧୪ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ନିହିତ ହେବ । ୨ ଲକ୍ଷ ୫୩ ହଜାର ୬୨୪ ଭୋଟର ମଧ୍ୟରୁ ପୁରୁଷ ଭୋଟର ୧ ଲକ୍ଷ ୨୪ ହଜାର ୧୦୮ ଓ ମହିଳା ଭୋଟର ୧ ଲକ୍ଷ ୨୯ ହଜାର ୪୯୫ ଅଛନ୍ତି

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme