Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ପ୍ରଥମାଷ୍ଟମୀ ନୀତି, ଶ୍ରୀଜିଉଙ୍କ ମାମୁଘରୁ ଆସିଥିଲା ପ୍ରଥମାଷ୍ଟମୀ ଭାର

Posted on November 12, 2025

ଆଜି ପ୍ରଥମାଷ୍ଟାମୀ । ଶ୍ରୀମନ୍ଦିରରେ ସ୍ବତନ୍ତ୍ର ପ୍ରଥମାଷ୍ଟମୀ ନୀତି ଅନୁଷ୍ଠିତ ହେଉଛି । ପୋଢୁଆଁ ହେବେ ବଡ଼ଠାକୁର । ଗତକାଲି ଶ୍ରୀଜିଉଙ୍କ ମାମୁଘରୁ ଆସିଥିଲା ପ୍ରଥମାଷ୍ଟମୀ ଭାର । ପ୍ରଥମାଷ୍ଟମୀ ନୀତି ଅନୁସାରେ, ଭୋଗ ମଣ୍ଡପ ସରିବା ପରେ ୩ ବାଡ଼ରେ ମଇଲମ କରାଯାଇ ପୂଜାପଣ୍ଡା ସେବକଙ୍କ ଦ୍ୱାରା ମହାସ୍ନାନ ନୀତି ହୋଇଥାଏ । ଏହାପରେ ପାଳିଆ ପୁଷ୍ପାଳକ ଶ୍ରୀବିଗ୍ରହମାନଙ୍କୁ ନୂଆ ଲୁଗା ଲାଗି କରାଇଥାନ୍ତି । ପୂଜାପଣ୍ଡା, ପତିମହାପାତ୍ର, ମୁଦିରସ୍ତ ସେବକ ଘଟୁଆରୀ ଚନ୍ଦନ ଘରଠାରୁ ଚନ୍ଦନ ବିଜେ କରାଇ ଆଣି ତିନି ବାଡରେ ଲାଗି କରାଇଥାନ୍ତି । ତତ୍ପରେ ବେଶ ଓ ଅଳଙ୍କାରରେ ବିମଣ୍ଡିତ ହୋଇ କର୍ପୂର ଲାଗି ହୋଇଥାଏ । ପରମ୍ପରା ଅନୁଯାୟୀ ପ୍ରଥମାଷ୍ଟମୀରେ ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘ ଜୀବନ ପାଇଁ ପୂଜାବିଧି ଅନୁଷ୍ଠିତ ହୋଇଥାଏ । ଓଡ଼ିଆ ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରରେ ପାଳିତ ହୋଇଥାଏ ଏହି ନୀତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme