Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପୁଣେରେ ଭୟଙ୍କର ସଡ଼କ ଦୁର୍ଘଟଣା: ୮ ମୃତ, ୧୫ ଗୁରୁତର

Posted on November 14, 2025

ମୁମ୍ବାଇ: ବେଙ୍ଗଲୁରୁ ହାଇୱେରେ ପୁଣେ ନିକଟରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୮ ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ ଗୁରୁତର ଆହତ ହୋଇଛନ୍ତି।

ସୂଚନା ଅନୁଯାୟୀ, ଏକ ମାଲବୋଝା ଟ୍ରକର ବ୍ରେକ୍‌ ଫେଲ୍‌ ହେବାରୁ ଟ୍ରକ୍‌ଟି ଦ୍ରୁତ ଗତିରେ ଆସି ୬ରୁ ଅଧିକ ଗାଡ଼ିକୁ ଧକ୍କା ଦେଇଥିଲା। ଟ୍ରକରେ ଜ୍ୱଳନଶୀଳ ସାମଗ୍ରୀ ଥିବାରୁ ଧକ୍କା ପରେ କେତେକ ଯାନରେ ତୁରନ୍ତ ନିଆଁ ଲାଗିଯାଇଥିଲା। ଏହି ଆଗ୍ନେୟ ଦୁର୍ଘଟଣାରେ ୮ ଜଣ ଜିଅନ୍ତା ଜଳିମରିଥିବା ସୂଚନା ମିଳିଛି।।

ଦମକଳ ବାହିନୀ ଓ ପୋଲିସ ଘଟଣା ସ୍ଥଳକୁ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ଆହତମାନଙ୍କୁ ହସ୍ପିଟାଲକୁ ସ୍ଥାନାନ୍ତର କରିଥିଲେ। ଦୁର୍ଘଟଣା ପରେ ଘଟଣା ସ୍ଥଳରେ ଉତ୍ତେଜନା ସୃଷ୍ଟିହେବାରୁ ପୋଲିସ ପରିସ୍ଥିତି କାବୁ କରିଥିଲା।

ଜଳିଯାଇଥିବା ଗାଡ଼ିଗୁଡ଼ିକୁ ହଟାଇ ରାସ୍ତା ଚଳାଚଳ ସ୍ୱାଭାବିକ କରିବା ପାଇଁ ଉଦ୍ୟମ ଜାରିରହିଛି।

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀଶ ମୃତକଙ୍କ ପରିବାର ପାଇଁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିବା ସହ ଘଟଣାର ଉଚ୍ଚସ୍ତରୀୟ ତଦନ୍ତର ଆଦେଶ ଦେଇଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme