Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବିଗିଡ଼ିଲା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସ୍ୱାସ୍ଥ୍ୟାବସ୍ଥା : କଟକରୁ ଭୁବନେଶ୍ଵର ଏମ୍ସକୁ ସ୍ଥାନାନ୍ତର

Posted on November 14, 2025

ବିଗିଡ଼ିଲା କଣ୍ଠଶିଳ୍ପୀ ହ୍ୟୁମାନ ସାଗଙ୍କ ସ୍ବାସ୍ଥ୍ୟାବସ୍ଥା । କଟକରୁ ଭୁବନେଶ୍ଵର ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ସେ କିଡନୀ ଓ ଲିଭର୍ ଜନିତ ସମସ୍ୟାରେ ପୀଡ଼ିତ ଅଛନ୍ତି । ଯେଉଁଥି ପାଇଁ ହ୍ୟୁମାନ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ହ୍ୟୁମାନ ସାଗରଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇଥିବା ନେଇ ସୂଚନା ମିଳିଛି ।
ହ୍ୟୁମାନଙ୍କ ପୂର୍ବରୁ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହୋଇଥିଲା । ସେ ଭୁବନେଶ୍ବର ଏମ୍ସରେ ଚିକିତ୍ସିତ ହେଉଛନ୍ତି । ଅଭିଜିତ ସ୍ନାୟୁ ଜନିତ ରୋଗରେ ପୀଡ଼ିତ ଅଛନ୍ତି । ତାଙ୍କର ନିମୋନିଆ ସହିତ ଫୁସଫୁସରେ ସଂକ୍ରମଣ ରହିଛି । ସେପ୍ଟେମ୍ବର ୨୫ ତାରିଖରେ ଅଭିଜିତ ମଜୁମଦାରଙ୍କୁ ଆଇସିୟୁରୁ ଓ୍ବାର୍ଡକୁ ସିଫ୍ଟ କରାଯାଇଥିଲା । ପୁଣି ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ସେ ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଥିବା ସୂଚନା ରହିଛି।
କିଛି ଦିନ ପୂର୍ବରୁ ମଧ୍ୟ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ମଧ୍ୟ ଅସୁସ୍ଥତା କାରଣରୁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ତେବେ ଏସବୁକୁ ଦେଖି ଓଲିଉଡ୍‌କୁ କାହା ନଜର ଲାଗିଯାଇଥିବା ଫ୍ୟାନ୍ସ ମାନେ କହୁଥିବା ଶୁଣିବାକୁ ମିଳିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme