
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ରଥପୁର ଛକ ରାସ୍ତା କଡ଼ରେ ପଡିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ । ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ମୃତ୍ୟୁର କାରଣ ମଧ୍ୟ ଜଣାପଡ଼ିନାହିଁ । ତାଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି ।
ସୂଚନା ମୁତାବକ, ଶନିବାର ସକାଳୁ ରଥପୁର ଛକ ରାସ୍ତା କଡ଼ରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ପଡ଼ି ରହିଥିବା ଦେଖିବାକୁ ମିଳିଥିଲା। ଏହା ଦେଖି ବୀରମହାରାଜପୁର ପୁଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ବ୍ୟକ୍ତିଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ତାଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି ।
