Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନାରାୟଣ ମନ୍ଦିରରୁ ୧୦ ରୁ ଉର୍ଦ୍ଧ୍ୱ ଅଷ୍ଟଧାତୁ ମୂର୍ତ୍ତି ଲୁଟ୍

Posted on November 15, 2025

ଗଞ୍ଜାମ ଜିଲ୍ଲାର ଭଞ୍ଜନଗର ଅଞ୍ଚଳରେ ମନ୍ଦିରରୁ ମୂର୍ତ୍ତି ଚୋରି ହୋଇଛି । ତାରସିଙ୍ଗି ଥାନା ଅନ୍ତର୍ଗତ କୁଲାଡ଼ ନିକଟସ୍ଥ ନାରାୟଣପାଟଣା ଗ୍ରାମର ନାରାୟଣ ମନ୍ଦିରରୁ କୋଟିଏରୁ ଉର୍ଦ୍ଧ୍ବ ଟଙ୍କାର ୧୦ଟି ଅଷ୍ଟଧାତୁରେ ନିର୍ମିତ ମୂର୍ତ୍ତି ଲୁଟି ନେଇଛନ୍ତି ଦୁର୍ବୃତ୍ତ । ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ କରୁଛି । 

ସୂଚନା ମୁତାବକ, ପ୍ରତିଦିନ ଭଳି ମନ୍ଦିର ପୂଜକ ଶୁକ୍ରବାର ରାତ୍ର ୮ ଟାରେ ପୂଜା ସାରି ସମସ୍ତ ଦ୍ଵାର ବନ୍ଦ କରି ତାଲା ପକାଇ ଘରକୁ ଯାଇଥିଲେ । ଶନିବାର ସକାଳୁ ମନ୍ଦିରକୁ ଆସି ଦେଖିବା ବେଳକୁ ସବୁ ଫାଟକ ଖୋଲା ଅଛି ଏବଂ ମୂର୍ତ୍ତି ସବୁ ଚୋରି ହୋଇଯାଇଛି । ଏହା ଦେଖି ସେ ତୁରନ୍ତ ଗ୍ରାମବାସୀ ଓ ପୁଲିସକୁ ଖବର ଦେଇଥିଲେ । ତାରସିଙ୍ଗି ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।

ରହିରଖୁ କି, ଏହା ପୂର୍ବରୁ ଗଞ୍ଜାମରେ ଗତ ଏକ ବର୍ଷ ଭିତରେ ବହୁ ଥର ମନ୍ଦିର ଭିତରୁ ଚୋରି ହୋଇଛି । ପ୍ରସିଦ୍ଧ ତାରାତାରିଣୀ ପୀଠ ଏବଂ କୁଲାଡ଼ ତଳ ବ୍ୟାଘ୍ରଦେବୀ ପୀଠରୁ ଚୋରିର ପର୍ଦ୍ଦାଫାଶ ହୋଇ ଦୁର୍ବୃତ୍ତ ଧରା ପଡ଼ିଥିବା ବେଳେ ଭଞ୍ଜନଗର ଶିରିଡ଼ି ସାଇ ମନ୍ଦିରରୁ ହୋଇଥିବା ୪୦ ଲକ୍ଷରୁ ଉର୍ଦ୍ଧ୍ବ ମୂଲ୍ୟର ଚୋରିରେ ଆଜି ପର୍ଯ୍ୟନ୍ତ କେହି ଧରା ପଡ଼ିନାହାନ୍ତି । ଚୋରି ସାମଗ୍ରୀ ମଧ୍ୟ ଉଦ୍ଧାର ହୋଇ ପାରିନାହିଁ । ଏପରି ସ୍ଥିତିରେ ପୁଣି ଏକ ମନ୍ଦିରରୁ କୋଟିଏରୁ ଉର୍ଦ୍ଧ୍ବ ମୂଲ୍ୟର ମୂର୍ତ୍ତି ଚୋରି ପୁଲିସ ପାଇଁ ଚାଲେଞ୍ଜ ସୃଷ୍ଟି କରିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme