Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଫୁଲୁଛି ମହାନଦୀ; ବଢୁଛି ନଦୀରେ ଜଳସ୍ତର

Posted on September 27, 2025

ଲଗାଣ ବର୍ଷା ଯୋଗୁଁ କିଛି ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି । କିନ୍ତୁ କୌଣସି ନଦୀ ବିପଦ ସଂକେତ ଉପରେ ପ୍ରବାହିତ ହେଉ ନାହିଁ । ରାଜ୍ଯରେ ଏବେ ବନ୍ୟା ପରିସ୍ଥିତି ନାହିଁ । ମହାନଦୀର ଶାଖା ନଦୀ ଗୁଡିକରେ ଜଳସ୍ତର ବଢ଼ିବା ସମ୍ଭାବନା ରହିଛି । ଏହି ସୂଚନା ଦେଇଛନ୍ତି ଜଳ ସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ । ଏବେ ହୀରାକୁଦର ୧୬ଟି ଗେଟ୍ ଦେଇ ବନ୍ୟା ଜଳ ପ୍ରବାହିତ ହେଉଛି । ୨୦ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା । ଆଜି ୪ଟି ଗେଟ୍ ବନ୍ଦ ହୋଇଛି । କିଛି ସମୟ ପରେ ଆଉ ୬ ଟି ଗେଟ୍ ବନ୍ଦ କରାଯିବ ବୋଲି ଜଳ ସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ପ୍ରକାଶ କରିଛନ୍ତି ।

ଅନ୍ୟପଟେ ଫୁଲୁଛି ମହାନଦୀ । ମୁଣ୍ଡଳୀ ବ୍ୟାରେଜ ଦେଇ ପ୍ରବାହିତ ହେଉଛି ବନ୍ୟାଜଳ । ହୀରାକୁଦ ଜଳଭଣ୍ଡାରରୁ ନିଷ୍କାସିତ ହେଉଥିବା ବନ୍ୟାଜଳ ମୁଣ୍ଡଳୀ ଦେଇ ପ୍ରବାହିତ ହେଉଛି । ଆଜି ସକାଳ ୭ଟା ସୁଦ୍ଧା ମୁଣ୍ଡଳୀ ଦେଇ ୫ଲକ୍ଷ ୯୨ ହଜାର ୨୫୫ କ୍ୟୁସେକ ବନ୍ୟାଜଳ ପ୍ରବାହିତ ହେଉଥିବାବେଳେ ଧୀରେ ଧୀରେ ଜଳସ୍ତର ବଢୁଛି ।  ଆଗକୁ ୬ଲକ୍ଷ କ୍ୟୁସେକ ଅତିକ୍ରମ କରିପାରେ ।  ଏବେ ମହାନଦୀ ଉପରମୁଣ୍ଡରେ ୮୮.୯୦ ଫୁଟ୍ ସ ତଳମୁଣ୍ଡରେ ୮୬.୯୦ ଫୁଟ୍ ଜଳସ୍ତର ରହିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme