Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଫୁଲୁଛି ମହାନଦୀ; ବଢୁଛି ନଦୀରେ ଜଳସ୍ତର

Posted on September 27, 2025

ଲଗାଣ ବର୍ଷା ଯୋଗୁଁ କିଛି ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି । କିନ୍ତୁ କୌଣସି ନଦୀ ବିପଦ ସଂକେତ ଉପରେ ପ୍ରବାହିତ ହେଉ ନାହିଁ । ରାଜ୍ଯରେ ଏବେ ବନ୍ୟା ପରିସ୍ଥିତି ନାହିଁ । ମହାନଦୀର ଶାଖା ନଦୀ ଗୁଡିକରେ ଜଳସ୍ତର ବଢ଼ିବା ସମ୍ଭାବନା ରହିଛି । ଏହି ସୂଚନା ଦେଇଛନ୍ତି ଜଳ ସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ । ଏବେ ହୀରାକୁଦର ୧୬ଟି ଗେଟ୍ ଦେଇ ବନ୍ୟା ଜଳ ପ୍ରବାହିତ ହେଉଛି । ୨୦ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା । ଆଜି ୪ଟି ଗେଟ୍ ବନ୍ଦ ହୋଇଛି । କିଛି ସମୟ ପରେ ଆଉ ୬ ଟି ଗେଟ୍ ବନ୍ଦ କରାଯିବ ବୋଲି ଜଳ ସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ପ୍ରକାଶ କରିଛନ୍ତି ।

ଅନ୍ୟପଟେ ଫୁଲୁଛି ମହାନଦୀ । ମୁଣ୍ଡଳୀ ବ୍ୟାରେଜ ଦେଇ ପ୍ରବାହିତ ହେଉଛି ବନ୍ୟାଜଳ । ହୀରାକୁଦ ଜଳଭଣ୍ଡାରରୁ ନିଷ୍କାସିତ ହେଉଥିବା ବନ୍ୟାଜଳ ମୁଣ୍ଡଳୀ ଦେଇ ପ୍ରବାହିତ ହେଉଛି । ଆଜି ସକାଳ ୭ଟା ସୁଦ୍ଧା ମୁଣ୍ଡଳୀ ଦେଇ ୫ଲକ୍ଷ ୯୨ ହଜାର ୨୫୫ କ୍ୟୁସେକ ବନ୍ୟାଜଳ ପ୍ରବାହିତ ହେଉଥିବାବେଳେ ଧୀରେ ଧୀରେ ଜଳସ୍ତର ବଢୁଛି ।  ଆଗକୁ ୬ଲକ୍ଷ କ୍ୟୁସେକ ଅତିକ୍ରମ କରିପାରେ ।  ଏବେ ମହାନଦୀ ଉପରମୁଣ୍ଡରେ ୮୮.୯୦ ଫୁଟ୍ ସ ତଳମୁଣ୍ଡରେ ୮୬.୯୦ ଫୁଟ୍ ଜଳସ୍ତର ରହିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବାହାଘର ଅଧାରୁ ତଡ଼ା ଖାଇଲେ ବର-କନ୍ୟା
  • ଟ୍ରକ୍ ସହ ଧକ୍କା ହେଲା ସ୍କୁଟି, ଦୁଇ ମହିଳା ଆହତ
  • ହାତୀ ଛୁଆକୁ ନେଉନି ମାଆ, ମଣିଷ ଛୁଇଁଥିବା ଭାବି ଦଳକୁ ଫେରିପାରୁନି ହାତୀ ଛୁଆ
  • ଅଧିବେଶନ ପୂର୍ବରୁ ମୋଦୀ କହିଲେ, ‘ଏହା ବିଜୟର ଅହଙ୍କାର କିମ୍ବା ନାଟକ କରିବାର ସ୍ଥାନ ନୁହେଁ’
  • କମିବ ଥଣ୍ଡାର ପ୍ରକୋପ; ଆଗାମୀ ୪ଦିନ ବଢିବ ରାତି ତାପମାତ୍ରା

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (284)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (60)
  • ରାଜ୍ୟ (906)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme