Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବସ୍‌କୁ ଧକ୍କା ଦେଲା ଟ୍ରକ୍, ୧୦ରୁ ଉର୍ଦ୍ଧ୍ଵ ଗୁରୁତର

Posted on November 18, 2025

ଯାତ୍ରୀବାହୀ ବସ୍‌କୁ ଧକ୍କା ଦେଲା ଟ୍ରକ୍। ୧୦ରୁ ଉର୍ଦ୍ଧ୍ଵ ଯାତ୍ରୀ ଗୁରୁତର। ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଭୈରବୀ ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି। ସମସ୍ତ ଗୁରୁତର ଆହତଙ୍କୁ ଉଦ୍ଧାର କରି ପୁରୁଣାକଟକ ମେଡିକାଲରେ ଭର୍ତ୍ତି କରାଯାଇଛି।

ସୂଚନାନୁଯାୟୀ, ଶିବ ଶଙ୍କର ନାମକ ଏକ ଯାତ୍ରୀବାହୀ ଟୁରିଷ୍ଟ ବସ ବୌଦ୍ଧ ପଟକୁ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍ ସହ ସାମ୍ନାସାମ୍ନି ଧକ୍କା ହୋଇଛି। ଫଳରେ ବସ୍‌ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୧୦ରୁ ଅଧିକ ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ପୁରୁଣାକଟକ ମେଡିକାଲରେ ଭର୍ତ୍ତି କରାଯାଇଛି। ଏହି ଦୁର୍ଘଟଣାରେ କୌଣସି ଜୀବନ ହାନି ହୋଇନାହିଁ। ଏକ ବଡ଼ ଧରଣର ଅଘଟଣ ଅଳ୍ପକେ ବର୍ତ୍ତି ଯାଇଛି। ସେପଟେ ଦୁର୍ଘଟଣା ଘଟାଇ ଟ୍ରକ୍‌ଟି ଫେରାର୍ ମାରିଥିବା ବେଳେ ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

August 2026
M T W T F S S
 12
3456789
10111213141516
17181920212223
24252627282930
31  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme