Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆଜି ୧୨ ଘଣ୍ଟିଆ କେନ୍ଦୁଝର ବନ୍ଦ, ରାସ୍ତାର ଉଭୟ ପାର୍ଶ୍ବରେ ଅଟକି ରହିଛି ଗାଡ଼ି ମୋଟର

Posted on November 18, 2025

ଆଜି ୧୨ ଘଣ୍ଟିଆ କେନ୍ଦୁଝର ଜିଲ୍ଲା ବନ୍ଦ । ବିଶ୍ବ ହିନ୍ଦୁ ପରିଷଦ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସଦର ଥାନା ଅଞ୍ଚଳରେ ଭିନ୍ନକ୍ଷମ ନାବାଳିକାଙ୍କୁ ଦୁଷ୍କର୍ମ ପ୍ରତିବାଦରେ ବନ୍ଦ ପାଳନ କରାଯାଉଛି । ବନ୍ଦ ଯୋଗୁଁ ଗାଡି ମୋଟର ଚଳାଚଳ ଠପ୍ ହୋଇଯିବା ସହ ଦୋକାନ ବଜାର ବନ୍ଦ ରହିଛି । ରାସ୍ତାର ଉଭୟ ପାର୍ଶ୍ବରେ ଅଟକି ରହିଛି ଗାଡ଼ି ମୋଟର । ତେବେ ଅତ୍ୟାବଶ୍ୟକ ସେବାକୁ ବନ୍ଦରୁ ବାଦ ଦିଆଯାଇଛି । ୧୫ ତାରିଖରେ ବାଂଶପାଳ ବ୍ଲକ ସଦର ଥାନା ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ନାବାଳିକା ଦୁଷ୍କର୍ମର ଶିକାର ହୋଇଥିଲେ । ଏବେ ପୀଡ଼ିତା ଜଣକ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଏହି ମାମଲାରେ ଜଣେ ବଙ୍ଗାଳୀ ଅନୁପ୍ରବେଶକାରୀ ଗିରଫ ହୋଇଛନ୍ତି। ବଙ୍ଗାଳୀ ଅନୁପ୍ରବେଶକାରୀ ଜିଲ୍ଲାରେ ବିଭିନ୍ନ ଅପରାଧିକ ମାମଲାରେ ଜଡିତ ହେବା ସହ, ବ୍ରାଉନ ସୁଗଜହର ଆଦି ମାଦକ ଦ୍ରବ୍ୟ ଜରିଆରେ ଯୁବପିଢ଼ିଙ୍କୁ ବିପଥଗାମୀ କରାଯାଉଥିବା ବିଶ୍ବହିନ୍ଦୁ ପରିଷଦ ପକ୍ଷରୁ ଅଭିଯୋଗ କରାଯାଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme