Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆଜି ମିଳିବ ପିଏମ୍ କିଷାନ ଟଙ୍କା : ଚାଷୀଙ୍କ ଆକାଉଣ୍ଟକୁ ଯିବ ୨୦୦୦

Posted on November 19, 2025

ଚାଷୀଙ୍କ ପାଇଁ ଖୁସୀ ଖବର। ଆଜି ଆସିବ ପିଏମ କିଷାନ ଟଙ୍କା । ଚାଷୀଙ୍କ ଆକାଉଣ୍ଟକୁ ଯିବ ୨୦୦୦ ଲେଖାଏଁ ଟଙ୍କା । ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଅଧୀନରେ ୨୧ତମ କିସ୍ତି ପ୍ରଦାନ କରାଯିବ । ୯ କୋଟି କୃଷକଙ୍କ ପାଖକୁ ପଠାଯିବ ୧୮ହଜାର କୋଟି ଟଙ୍କା । ଭାରତ ସରକାରଙ୍କ କୃଷି ମନ୍ତ୍ରଣାଳୟ ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଅଧୀନରେ ୨୧ତମ କିସ୍ତି ପ୍ରଦାନ କରାଯିବ । ତାମିଲନାଡୁର କୋଇମ୍ବାଟୋରରୁ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

ଏନେଇ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ସୁଚନା ଦେଇଛନ୍ତି । ପ୍ରଧାନମନ୍ତ୍ରୀ କିଷାନର ୨୧ତମ କିସ୍ତି ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ସ୍ଥାନାନ୍ତରିତ ହେବ । କୃଷି ମନ୍ତ୍ରଣାଳୟ କହିଛି ଯେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ କିଷାନ) ଯୋଜନା ଅଧୀନରେ, ୨୧ତମ କିସ୍ତିର ଟଙ୍କା ଆଜି ସମସ୍ତ ଯୋଗ୍ୟ ଚାଷୀଙ୍କୁ ଦିଆଯିବ ।
କେନ୍ଦ୍ର ସରକାର ଫେବୃଆରୀ ୨୦୧୯ରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆରମ୍ଭ କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶେଷ ଥର ପାଇଁ ଗତ ଅଗଷ୍ଟ ୨ ତାରିଖରେ ୨୦ ତମ କିସ୍ତି ପ୍ରଦାନ କରିଥିଲେ । ଏହି ଯୋଜନା ଅଧିନରେ ଭାରତ ସରକାର ସାରା ଦେଶର ଯୋଗ୍ୟ ଚାଷୀମାନଙ୍କୁ ପ୍ରତିବର୍ଷ ୬୦୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରନ୍ତି । ଏହି ୬୦୦୦ ଟଙ୍କା ପ୍ରତି ୪ ମାସରେ ୨ ହଜାର ଟଙ୍କାର ୩ ଟି କିସ୍ତି ଆକାରରେ ଚାଷୀମାନଙ୍କୁ ଦିଆଯାଏ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme