
ଭୁବନେଶ୍ବର ଏଜି ଛକରେ ସ୍ଥାପନ ହେବ ସଡ଼କ ଦୁର୍ଘଟଣା ଘଣ୍ଟା। ଭୁବନେଶ୍ବର ସ୍ମାର୍ଟ ସିଟି ଲିମିଟେଡ ମହାପ୍ରବନ୍ଧକଙ୍କୁ ପରିବହନ ଯୁଗ୍ମ ନିର୍ଦ୍ଦେଶକଙ୍କ ଚିଠି କରିଛନ୍ତି। ସଡ଼କ ଦୁର୍ଘଟଣା ବାବଦରେ ସଚେତନ କରିବ ସଡ଼କ ଦୁର୍ଘଟଣା ଘଣ୍ଟା। ସଚେତନ ସହ ସକରାତ୍ମକ ଆଚରଣରେ ପରିବର୍ତ୍ତନକୁ ପ୍ରୋତ୍ସାହିତ କରିବ।
ଭୁବନେଶ୍ୱର ଏଜି ଛକରୁ ହଟିବ ଟ୍ରାଫିକ ପୋଷ୍ଟ୍। ଏନେଇ ର୍ପୂବରୁ ର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଥିଲେ। ମାଟି ତଳେ ଓ ଉପରେ ୨ ଥାକିଆ ରାସ୍ତା ନିର୍ମାଣ ହେବ। କଳ୍ପନା, ଖଣ୍ଡଗିରି ଓ ଜୟଦେବ ବିହାରରୁ ନାଲ୍କୋ ପର୍ଯ୍ୟନ୍ତ ଏଲିଭେଟେଡ୍ କରିଡର୍ ନିର୍ମାଣ କରାଯିବ। ପ୍ରାରମ୍ଭିକ ଡିପିଆର ପ୍ରସ୍ତୁତ ହୋଇଥିବା କହିଥିଲେ ମନ୍ତ୍ରୀ।

