Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପାକିସ୍ତାନରେ ଶକ୍ତିଶାଳୀ ଭୂକମ୍ପ ଝଟକା, ତୀବ୍ରତା ୫.୨

Posted on November 21, 2025

ଆଜି ସକାଳେ ଭାରତର ପଡୋଶୀ ଦେଶ ପାକିସ୍ତାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୫.୨ ରହିଥିବା ଜଣାପଡିଛି । ଭୂକମ୍ପ ଭୋର ପ୍ରାୟ ୩ଟା ୯ମିନିଟ୍ ସମୟରେ ଅନୁଭୂତ ହୋଇଥିଲା, ଯାହାର କେନ୍ଦ୍ରସ୍ଥଳ ପୃଥିବୀ ପୃଷ୍ଠରୁ ୧୩୫ କିଲୋମିଟର ଗଭୀରତାରେ ଥିବା ସୂଚନା ମିଳିଛି । କିନ୍ତୁ ଏପର୍ଯ୍ୟନ୍ତ କୌଣସି ଜୀବନ କିମ୍ବା ସମ୍ପତ୍ତି କ୍ଷୟକ୍ଷତିର ସୂଚନା ମିଳିନାହିଁ ।

ସୂଚନା ଅନୁଯାୟୀ, ଗୁରୁବାର ଏବଂ ଶୁକ୍ରବାର ରାତି ୨.୪୧ ରେ ଭାରତ ମହାସାଗରରେ ମଧ୍ୟ ଏକ ଭୂମିକମ୍ପ ହୋଇଥିଲା । ଯାହାର ତୀବ୍ରତା ୪.୩ ଥିଲା । ଏହି ଭୂମିକମ୍ପର କେନ୍ଦ୍ରସ୍ଥଳ ୧୦ କିଲୋମିଟର ଗଭୀରତାରେ ଥିଲା ।

ଅନ୍ୟପକ୍ଷରେ, ଗୁରୁବାର ଏବଂ ଶୁକ୍ରବାର ରାତି ୧ଟା୫୯ ମିନିଟରେ ଭାରତର ପଡ଼ୋଶୀ ଦେଶ ଆଫଗାନିସ୍ତାନରେ ମଧ୍ୟ ଏକ ଭୂମିକମ୍ପ ହୋଇଥିଲା । ଏହି ଭୂମିକମ୍ପର ତୀବ୍ରତା ୪.୨ ଥିଲା ଏବଂ ଏହାର କେନ୍ଦ୍ରଭୂମି ୧୯୦ କିଲୋମିଟର ଗଭୀରତାରେ ଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme