Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

କୋଟାରେ ଇଞ୍ଜିନିୟରିଂ ଛାତ୍ରଙ୍କ ଆତ୍ମହତ୍ୟା ଅଭିଯୋଗ

Posted on November 23, 2025

ମେଡିକାଲ ଓ ଇଞ୍ଜିନିୟରିଂ କୋଚିଂ ସେଣ୍ଟରର କେନ୍ଦ୍ର ଭାବେ ପରିଚିତ ରାଜସ୍ଥାନର କୋଟାରେ ଜଣେ ଛାତ୍ର ଆତ୍ମହତ୍ୟା କରିଛନ୍ତି । ୯ ମହଲା କୋଠାରୁ ସେ ଡେଇଁ ଆତ୍ମହତ୍ୟା କରିଥିବା କୁହାଯାଉଛି । ୧୭ ବର୍ଷୀୟ ଏହି ଛାତ୍ରଙ୍କ ଘର ମଧ୍ୟପ୍ରଦେଶର ଭୋପାଳରେ ।

ଜବାହରନଗର ଅଞ୍ଚଳରେ ଥିବା ରୟାଲ ଇମ୍ପେରିଆ ଅଟ୍ଟାଳିକାରେ ନିଜ ମା’ଙ୍କ ସହ ରହୁଥିଲେ । ଗତ ଦୁଇବର୍ଷ ହେଲା ସେ ଏଠାରେ ରହି ଜେଇଇ ପାଇଁ ପ୍ରସ୍ତୁତି କରୁଥିଲେ । ଶୁକ୍ରବାର ୯ ମହଲାରୁ ସେ ପଡିଯାଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ହସ୍ପିଟାଲକୁ ନିଆଯାଇଥିଲା । ଶନିବାର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ତେବେ ସେ ପୁଲିସ କହିଛି କି ସେ ଦୁର୍ଭାଗ୍ୟବଶତଃ ଖସି ପଡିଛନ୍ତି ନା ଆତ୍ମହତ୍ୟା କରିଛନ୍ତି ତାହା ସ୍ପଷ୍ଟ ହୋଇନାହିଁ । ଘଟଣା ଘଟିବା ବେଳେ ଛାତ୍ରଙ୍କ ମା ଘରେ ନଥିଲେ । ଫରେନସିକ ବିଶେଷଜ୍ଞ ଟିମ୍ ପହଞ୍ଚି ତଦନ୍ତ କରୁଛନ୍ତି । ତଦନ୍ତରୁ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme