Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପୋଖରୀରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର

Posted on November 24, 2025

ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର । ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ଉପରବେଡ଼ା ଗାଁ ନିକଟସ୍ଥ ପୋଖରୀରୁ କାର୍ ସହିତ ଗଳିତ ଶବ ଉଦ୍ଧାର । ପୁଲିସ ଘଟଣାସ୍ଥଳରେ ପହଞ୍ଚି କ୍ରେନ୍ ସାହାଯ୍ୟରେ କାର୍‌କୁ ଉପରକୁ ଆଣି, ସେଥିରୁ ମୃତଦେହକୁ ଉଦ୍ଧାର କରିଛି ।

ସୂଚନା ଅନୁଯାୟୀ, ଯୁବକ ବିଶୋଇ ଥାନା ଠୁଳୁଚଟାଣି ଗାଁର ଗୁଲେଶ ଗଚ୍ଛାୟତ । ସେ ସେପ୍ଟେମ୍ବର ୧୧ ତାରିଖରେ ତାଙ୍କ ବନ୍ଧୁଙ୍କୁ ଖଡ଼ଗପୁର ଛାଡ଼ିବାକୁ ଯାଇ ଆଉ ଫେରିନଥିଲେ । ପରିବାର ଲୋକ ଏ ବାବଦରେ ବିଶୋଇ ଥାନାରେ ଏତଲା ମଧ୍ୟ ଦେଇଥିଲେ । ହେଲେ ୨୪ ତାରିଖ ଅର୍ଥାତ୍ ଆଜି ଝାରପୋଖରିଆ ଥାନା ଉପରବେଡ଼ା ଗାଁ ନିକଟରେ ଥିବା ପୋଖରୀରେ ଏକ କାର୍ ଭାସୁଥିବା ସ୍ଥାନୀୟ ଲୋକ ଦେଖିବାକୁ ପାଇଥିଲେ ଏବଂ ତୁରନ୍ତ ସ୍ଥାନୀୟ ଥାନାକୁ ଖବର ଦେଇଥିଲେ । ଝରପୋଖରିଆ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଏକ କ୍ରେନ୍ ସାହାଯ୍ୟରେ କାର୍‌କୁ ବାହାରକୁ ଆଣିବା ସହିତ ସେଥିରୁ ଗୁଲେଶ ଗଚ୍ଛାୟତଙ୍କ ଗଳିତ ମୃତଦେହକୁ ଉଦ୍ଧାର କରିଛି । ଏହି ଘଟଣା ପୁଲିସ ଅଧିକ ତଦନ୍ତ ଜାରି ରଖିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme