Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପୋଖରୀରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର

Posted on November 24, 2025

ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର । ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ଉପରବେଡ଼ା ଗାଁ ନିକଟସ୍ଥ ପୋଖରୀରୁ କାର୍ ସହିତ ଗଳିତ ଶବ ଉଦ୍ଧାର । ପୁଲିସ ଘଟଣାସ୍ଥଳରେ ପହଞ୍ଚି କ୍ରେନ୍ ସାହାଯ୍ୟରେ କାର୍‌କୁ ଉପରକୁ ଆଣି, ସେଥିରୁ ମୃତଦେହକୁ ଉଦ୍ଧାର କରିଛି ।

ସୂଚନା ଅନୁଯାୟୀ, ଯୁବକ ବିଶୋଇ ଥାନା ଠୁଳୁଚଟାଣି ଗାଁର ଗୁଲେଶ ଗଚ୍ଛାୟତ । ସେ ସେପ୍ଟେମ୍ବର ୧୧ ତାରିଖରେ ତାଙ୍କ ବନ୍ଧୁଙ୍କୁ ଖଡ଼ଗପୁର ଛାଡ଼ିବାକୁ ଯାଇ ଆଉ ଫେରିନଥିଲେ । ପରିବାର ଲୋକ ଏ ବାବଦରେ ବିଶୋଇ ଥାନାରେ ଏତଲା ମଧ୍ୟ ଦେଇଥିଲେ । ହେଲେ ୨୪ ତାରିଖ ଅର୍ଥାତ୍ ଆଜି ଝାରପୋଖରିଆ ଥାନା ଉପରବେଡ଼ା ଗାଁ ନିକଟରେ ଥିବା ପୋଖରୀରେ ଏକ କାର୍ ଭାସୁଥିବା ସ୍ଥାନୀୟ ଲୋକ ଦେଖିବାକୁ ପାଇଥିଲେ ଏବଂ ତୁରନ୍ତ ସ୍ଥାନୀୟ ଥାନାକୁ ଖବର ଦେଇଥିଲେ । ଝରପୋଖରିଆ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଏକ କ୍ରେନ୍ ସାହାଯ୍ୟରେ କାର୍‌କୁ ବାହାରକୁ ଆଣିବା ସହିତ ସେଥିରୁ ଗୁଲେଶ ଗଚ୍ଛାୟତଙ୍କ ଗଳିତ ମୃତଦେହକୁ ଉଦ୍ଧାର କରିଛି । ଏହି ଘଟଣା ପୁଲିସ ଅଧିକ ତଦନ୍ତ ଜାରି ରଖିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଟ୍ରକ୍ ସହ ଧକ୍କା ହେଲା ସ୍କୁଟି, ଦୁଇ ମହିଳା ଆହତ
  • ହାତୀ ଛୁଆକୁ ନେଉନି ମାଆ, ମଣିଷ ଛୁଇଁଥିବା ଭାବି ଦଳକୁ ଫେରିପାରୁନି ହାତୀ ଛୁଆ
  • ଅଧିବେଶନ ପୂର୍ବରୁ ମୋଦୀ କହିଲେ, ‘ଏହା ବିଜୟର ଅହଙ୍କାର କିମ୍ବା ନାଟକ କରିବାର ସ୍ଥାନ ନୁହେଁ’
  • କମିବ ଥଣ୍ଡାର ପ୍ରକୋପ; ଆଗାମୀ ୪ଦିନ ବଢିବ ରାତି ତାପମାତ୍ରା
  • ଭୟଙ୍କର ବାତ୍ୟା ‘ସେନ୍ୟାର’ର ତାଣ୍ଡବ: ଦକ୍ଷିଣ-ପୂର୍ବ ଏସିଆରେ ୬ଶହ ଜୀବନହାନି

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (284)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (60)
  • ରାଜ୍ୟ (905)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme