
ଆଜି ଶ୍ରୀମନ୍ଦିରରେ ଓଢଣ ଷଷ୍ଠୀ । ମାର୍ଗଶୀର ଶୁକ୍ଳ ଷଷ୍ଠୀ ବା ପ୍ରାବରଣ ଷଷ୍ଠୀରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ଓଢ଼ଣ ଷଷ୍ଠୀ ନୀତି । ଶୀତର ପ୍ରକୋପରୁ ରକ୍ଷା ପାଇବା ପାଇଁ ମହାପ୍ରଭୁ ଘୋଡ଼ ଲାଗି ବା ଶୀତବସ୍ତ୍ର ପରିଧାନ କରିଥାନ୍ତି । ଦରଜି ସର୍ଦ୍ଦାରଙ୍କ ଦ୍ବାରା ପ୍ରସ୍ତୁତ ପତନି, ଗୀତଗୋବିନ୍ଦ ପାଟ ଓ ସୁତାପାଟ ଶୀତବସ୍ତ୍ର ବା ଘୋଡ଼ ପରିଧାନ କରନ୍ତି ମହାପ୍ରଭୁ ।
ପ୍ରତିଦିନ ଭିନ୍ନଭିନ୍ନ ରଙ୍ଗର ଘୋଡ଼ ପରିଧାନ କରିବେ ମହାପ୍ରଭୁ । ଠାକୁରଙ୍କୁ ଘୋଡ଼ଲାଗି କରାଯାଇ ୬ ମୂର୍ତ୍ତି ଅଳଙ୍କାର ଲାଗି କରାଯିବ । ଓଢ଼ଣୀ ଶଷ୍ଠୀ ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ । ଘୋଡ ଲାଗି ବେଶ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଏହି ବେଶ ଦର୍ଶନ ଦ୍ୱାରା କୋଟି ଜନ୍ମର ପୁଣ୍ୟ ମିଳିଥାଏ ବୋଲି ବିଶ୍ଵାସ ରହିଛି । ଆଜି ମହାପ୍ରଭୁଙ୍କ ସକାଳଧୂପ ବଢିବା ପରେ ମଇଲମ କରାଯାଇ ଘୋଡଲାଗି କରାଯିବାର ବିଧି ରହିଛି ।

