
ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେର ଜିଲ୍ଲାରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଧାଖେରୱା-ଗିର୍ଜାପୁରୀ ରାଜପଥରେ ଏକ କାର ନିୟନ୍ତ୍ରଣ ହରାଇ ଏକ କେନାଲକୁ ଖସି ପଡ଼ିଛି । ଫଳରେ ଏହି ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଆହତ ହୋଇଛନ୍ତି । ପରିବାର ପ୍ରତି ଗଭୀର ସମବେଦନା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ସେ ଦୁର୍ଘଟଣାର ସୂଚନା ନେବା ସହିତ ତୁରନ୍ତ ଦୁର୍ଘଟଣାସ୍ଥଳରେ ପହଞ୍ଚି ରିଲିଫ୍ କାର୍ଯ୍ୟ ତ୍ବରାନ୍ବିତ କରିବାକୁ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।
