
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୭,୯୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୭,୨୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୭,୯୧୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୭,୨୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୭,୯୧୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୭,୨୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୮,୦୬୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୭,୪୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୮,୭୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୮,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୭,୯୧୦ ଓ ୧,୧୭,୨୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୬୯,୦୦୦ ଟଙ୍କା ହୋଇଛି ।

