Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଦୋକାନ ଉପରକୁ ମାଡ଼ିଗଲା ଟ୍ରକ୍, ୩ ମହିଳା ଗୁରୁତର

Posted on September 30, 2025

ଦୋକାନ ଉପର ମାଡ଼ିଗଲା ଟ୍ରକ୍। ୩ ମହିଳା ଗୁରୁତର। ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆ ବଜାରରେ ସୋମବାର ବିଳମ୍ଵିତ ରାତିରେ ଏଭଳି ଘଟଣା ଘଟିଛି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

ସୂଚନାନୁଯାୟୀ, ସୋମବାର ବିଳମ୍ଵିତ ରାତିରେ ବାରିପଦା ପଟୁ ଜାମଶୋଳା ଅଭିମୁଖେ ଯାଉଥିବା ଏକ ମାଲ୍ ବୋଝେଇ ଟ୍ରକ୍ ଝାରପୋଖରିଆ ବଜାରରେ ୭ଟି ଦୋକାନ ଘର ଉପରକୁ ମାଡ଼ି ଯାଇଥିଲା। ଫଳରେ ୩ ଜଣ ମହିଳା ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ପିଆରଏମ ମେଡିକାଲ କଲେଜ ଓ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଲୋକେ ୧୮ ନମ୍ବର ଓ ୪୯ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି। ୧୮ନଂ ଓ ୪୯ନଂ ଜାତୀୟ ରାଜପଥର ସଂଯୋଗ ସ୍ଥଳ ଗୋଲେଇ ଉପରରେ ଓଭରବ୍ରିଜ ନିର୍ମାଣ ଅଧପାନ୍ତରିଆ ଭାବେ ପଡ଼ିରହିଥିବା ଦ୍ଵାରା ପ୍ରତ୍ୟେକ ଦିନ ଦୁର୍ଘଟଣା ଘଟୁଥିବା ଅଭିଯୋଗ ହୋଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme