Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆଜି ଆଇନଶୃଙ୍ଖଳା ପରିସ୍ଥିତି ନେଇ ସରଗରମ ହୋଇପାରେ ଗୃହ

Posted on November 29, 2025

ଆଜି ହେଉଛି ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିନ । ଗତକାଲି ଉଠିଥିଲା ଧାନମଣ୍ଡି ଓ ନାରି ନିର୍ଯାତନା ପ୍ରସଙ୍ଗ । ଆଜି ଗୃହ ସ୍ୱାଭାବିକ ଚାଲିବ ନା କମ୍ପିବ ତାଉପରେ ନଜର । ତୃତୀୟ ଦିନରେ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ଗୃହ ବେଶ ସରଗରମ ହୋଇପାରେ । ଆଜି ମହିଳା ଶିଶୁ ବିକାଶ, ନିର୍ମାଣ, ପର୍ଯ୍ୟଟନ, ଅବକାରୀ, ମିଶନ ଶକ୍ତି, ଆଇନ୍ ବିଭାଗର ପ୍ରଶ୍ନକାଳ ରହିଛି ।

ଶୂନ୍ୟକାଳରେ ଉଭୟ ଶାସକ ଓ ବିରୋଧୀ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ଗୃହରେ ଉଠାଇବେ । ବିଜେଡି ପକ୍ଷରୁ ମୂଲତବୀ ପ୍ରସ୍ତାବ ଦିଆଯିବ । ତୃତୀୟ ଦିନ ବି ଗୃହ ସରଗରମ ହୋଇପାରେ । ଶୁକ୍ରବାର ମୁଖ୍ୟମନ୍ତ୍ରୀ ଗୃହରେ ଅତିରିକ୍ତ ବଜେଟ୍ ଆଗତ କରିଥିଲେ । ରାସନ କାର୍ଡ ବଣ୍ଟନ ରେ ଅବ୍ୟବସ୍ଥା ନେଇ ବିଜେଡ଼ି ଦେଇଛି ମୁଲତବୀ ପ୍ରସ୍ତାବ । ବିଧାନସଭା ଶୀତ ଅଧିବେଶନର ଦ୍ବିତୀୟ ଦିନରେ ୧୭ ହଜାର ୪୪୦ କୋଟିର ଅତିରିକ୍ତ ବଜେଟ୍‌ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବଜେଟରେ ସମୃଦ୍ଧ ଓଡ଼ିଶାର ନକ୍ସା ଆଙ୍କିଛନ୍ତି ସରକାର । କୃଷି, ଶିକ୍ଷା, ସ୍ବାସ୍ଥ୍ୟ, ମହିଳା ସଶକ୍ତୀକରଣକୁ ଫୋକସ୍‌ରେ ରଖିଛନ୍ତି ମୁଖ୍ୟମନ୍ତ୍ରୀ । କୃଷି ଓ ଜଳସେଚନ ପାଇଁ ୧୬୭୩ କୋଟି, ଖାଦ୍ୟ ସୁରକ୍ଷା ପାଇଁ ୪ ହଜାର ୩୨୯ କୋଟି ର ବ୍ୟୟବରାଦ ହୋଇଛି । ଶିକ୍ଷା କ୍ଷେତ୍ରର ବିକାଶ ପାଇଁ ୨ ହଜାର ୩୨୭ କୋଟି, ସ୍ବାସ୍ଥ୍ୟ କ୍ଷେତ୍ର ପାଇଁ ସଞ୍ଜୀବନୀ ସାଜିବ ସରକାରଙ୍କ ଅତିରିକ୍ତ ୧୧୬୪ କୋଟିର ବଜେଟ୍‌ । ମହିଳା ଓ ଶିଶୁ ବିକାଶକୁ ଗୁରୁତ୍ବ ଦେଇଛନ୍ତି ରାଜ୍ୟ ସରକାର । ୧୫୫୮ କୋଟି ଟଙ୍କାର ଅତିରିକ୍ତ ବଜେଟ୍‌ ଆଣିଛନ୍ତି ମୁଖ୍ୟମନ୍ତ୍ରୀ ।

ବଜେଟକୁ ନୈରାଶ୍ୟଜନକ ବୋଲି କହିଛି ବିଜେଡି । ଦଳ କହିଛି, ୧ ଲକ୍ଷ ୩୪ ହଜାର ୯୧୪ କୋଟିର ଋଣ କରି ଅତିରିକ୍ତ ବଜେଟ୍‌ ଆଣିଛନ୍ତି ସରକାର । କିଛି ନୂଆ ଯୋଜନା ନାହିଁ, କେବଳ ପାରମ୍ପରିକ ଭାବେ ବଜେଟ୍‌ ଅଣାଯାଇଥିବା କହିଛି କଂଗ୍ରେସ । ପୂର୍ବ ସରକାର ସମୟରେ ଯୋଜନା ପାଇଁ ବଜେଟ୍‌ ନଥିବା କହି କଟାକ୍ଷ କରିଛି ବିଜେପି । ସରକାର ବଜେଟ୍‌ ଘୋଷଣା କରୁଛନ୍ତି ସତ, ହେଲେ ଅବଧି ଭିତରେ ଟଙ୍କାକୁ ଖର୍ଚ୍ଚ କରିବା ବଡ ଚ୍ୟାଲେଞ୍ଜ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme