
ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୦,୪୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୯,୬୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୦,୪୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୯,୬୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୩୦,୪୮୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୯,୬୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୩୦,୬୩୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୯,୭୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୩୧,୬୭୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୦,୭୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୩୦,୪୮୦ ଓ ୧,୧୯,୬୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୮୮,୦୦୦ ଟଙ୍କା ହୋଇଛି ।
