Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

କାଳ ହେଲା ଟ୍ରେନରେ ଚଢ଼ିବା, ଚାଲିଗଲା ଶିକ୍ଷକଙ୍କ ଜୀବନ

Posted on December 1, 2025

ଝାରସୁଗୁଡା ରେଳ ଷ୍ଟେସନରେ ଆଜି ସକାଳୁ ଚଳନ୍ତା ଟ୍ରେନରେ ଚଢ଼ିବା ବେଳେ ଏକ ଅଘଟଣ ଘଟି ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବରଗଡ଼ ଜିଲ୍ଲା ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ନୂଆପାଲିର ଏକ ବିଦ୍ୟାପୀଠରେ ଗୁରୁଜୀ ଭାବେ କାମ କରୁଥିବା ଛତିଶଗଡ଼ର ରାୟପୁରର ବି. ଶିବଶଙ୍କର ବୋଲି ଜଣାପଡ଼ିଛି।

ସୂଚନା ପାଇ ଜିଆରପି ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ଜବତ କରିବା ପରେ ବ୍ୟବଚ୍ଛେଦ ପାଇଁ ପଠାଇଛି।

ସୂଚନା ଅନୁସାରେ, ଶିବଶଙ୍କର ଆଜି ସକାଳ ସାଢେ ୭ଟା ବେଳେ ଜ୍ଞାନେଶ୍ବରୀ ଏକ୍ସପ୍ରେସରେ ଚଢ଼ିବାକୁ ଯାଉଥିବା ବେଳେ ଟ୍ରେନଟି ଛାଡ଼ି ଦେଇଥିଲା। ଫଳରେ ଶିବଶଙ୍କରଙ୍କର ଗୋଡ଼ ଖସି ଯାଇଥିଲା ଓ ସେ ତଳକୁ ଗଳି ପଡ଼ିଥିଲେ।

ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ ହେଁ ସେତେବେଳକୁ ସେ ଟ୍ରେନ ତଳକୁ ଗଳି ପଡ଼ିଥିଲେ। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme