Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଧନୁଯାତ୍ରାକୁ ଏକ କୋଟି ଅନୁଦାନ, ଏଲଇଡି ମାଧ୍ୟମରେ ହେବ ମୁକ୍ତାକାଶ ରଙ୍ଗମଞ୍ଚରୁ ସିଧାପ୍ରସାରଣ

Posted on December 4, 2025

ବରଗଡ଼ ଧନୁଯାତ୍ରା ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ । ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନିଆଯାଇଛି ନିଷ୍ପତ୍ତି ।

​​​​​​​

 ଚଳିତ ବର୍ଷ ଡ଼ିସେମ୍ବର ୨୪ ତାରିଖରୁ ଜାନୁଆରୀ ୩, ୨୦୨୬ ରିଖ ପର୍ଯ୍ୟନ୍ତ ବରଗଡ଼ରେ ଧନୁଯାତ୍ରା ମହୋତ୍ସବର ଆୟୋଜନ କରାଯିବ। ଧନୁଯାତ୍ରା ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୧ କୋଟି ଟଙ୍କାର ଅନୁଦାନ ରାଶି ପ୍ରଦାନ କରାଯିବା ସହିତ ଧନୁଯାତ୍ରାରେ ଭାଗ ନେଉଥିବା ପ୍ରାୟତଃ ୨୦୦ ଜଣ କଳାକାରମାନଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ରାଶି ପ୍ରଦାନ କରାଯିବ । ଏଥିସହିତ ଧନୁଯାତ୍ରାର ବ୍ୟାପକ ପ୍ରଚାର ଓ ପ୍ରସାର ନିମନ୍ତେ ଏଲଇଡ଼ି ପରଦା ମାଧ୍ୟମରେ ଧନୁଯାତ୍ରାର ସିଧା ପ୍ରସାରଣ କରାଯିବ । ସେହିପରି ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ପକ୍ଷରୁ ଓଡ଼ିଶା ବାହାରର ବିଭିନ୍ନ ରାଜ୍ୟରେ ମଧ୍ୟ ଏଲଇଡି ପରଦାରେ ଧନୁଯାତ୍ରାର ସିଧାପ୍ରସାରଣ କରାଯିବ।

ବରଗଡ଼ ସହରର ମୁଖ୍ୟ ପ୍ରବେଶ ଦ୍ୱାରମାନଙ୍କରେ ଧନୁଯାତ୍ରା ଥିମ୍ ସମ୍ବନ୍ଧୀୟ ଗେଟ୍ ନିର୍ମାଣ କରିବା ପାଇଁ ମଧ୍ୟ ନିଷ୍ପତ୍ତି ନିଆଯାଛି। ଧନୁଯାତ୍ରା ସମୟରେ ପୁରୀ ଏବଂ ଭୁବନେଶ୍ୱରରୁ ବରଗଡ଼ ଅଭିମୁଖେ ସ୍ୱତନ୍ତ୍ର ଟୁରିଷ୍ଟ ବସ୍‌ ଚଳାଇବା ନିମନ୍ତେ ମଧ୍ୟ ନିଷ୍ପତ୍ତି ନିଆଯାଇଛି । ଏଥିସହିତ ଧନୁଯାତ୍ରା ସମ୍ବନ୍ଧୀୟ ସମସ୍ତ ତଥ୍ୟ ପ୍ରଦାନ କରିବା ନିମନ୍ତେ ଏକ ସ୍ୱତନ୍ତ୍ର ୱେବସାଇଟ୍ ମଧ୍ୟ କରାଯିବ ଯେଉଁଥିରେ ଧନୁଯାତ୍ରାର ଚିତ୍ରାୟନ, ସମସ୍ତ ଦୃଶ୍ୟାବଳୀ, ସହରରେ ଥିବା ପ୍ରମୁଖ ହୋଟେଲ, ପାର୍କିଂ ସ୍ଥାନ, ମହୋତ୍ସବ ସ୍ଥାନ ସମ୍ବନ୍ଧୀୟ ବିବରଣୀ ଏବଂ ଜିପିଏସ ସିଷ୍ଟମକୁ ମଧ୍ୟ ସ୍ଥାନିତ କରାଯିବ ଯାହା ଦ୍ୱାରା କି ସମସ୍ତ ଜନସାଧାରଣମାନେ ଅତି ସହଜରେ ସମସ୍ତ ତଥ୍ୟ ପାଇପାରିବେ । ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଧନୁଯାତ୍ରା ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ୱେବସାଇଟରେ ଏକ ଡିଜିଟାଲ କୁଇଜ ଅନୁଷ୍ଠିତ କରାଯାଇ ଡିଜିଟାଲ ପ୍ରମାଣପତ୍ର ପ୍ରଦାନ କରାଯିବାର ମଧ୍ୟ ବ୍ୟବସ୍ଥା ରହିବ।

ଧନୁଯାତ୍ରାର ସଫଳ ଆୟୋଜନ ନିମନ୍ତେ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ଯଥା ସୁରକ୍ଷା, ଅଗ୍ନିଶମ, ସ୍ଵଚ୍ଛତା, ଆଶୁ ଚିକିତ୍ସା ଏବଂ ସମସ୍ତ ପ୍ରଶାସନିକ ବନ୍ଦୋବସ୍ତକୁ ସୁନିଶ୍ଚିତ କରିବା ନିମନ୍ତେ ସଂସ୍କୃତି ମନ୍ତ୍ରୀ ସୂରଜ ସମସ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

​​​​​​​

ବୈଠକରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ, ବିଜେପୁର ବିଧାୟକ ସନତ କୁମାର ଗରତିଆ, ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ, ଭଟଲି ବିଧାୟକ ଈରାଶିଷ ଆଚାର୍ଯ୍ୟ, ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ, ପଦ୍ମପୁର ବିଧାୟକ ବର୍ଷା ସିଂ ବରିହା, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁଗର୍ଗ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ବିଜୟ କେତନ ଉପାଧ୍ୟାୟ, ସ୍ୱତନ୍ତ୍ର ଶାସନ ସଚିବ ଦେବ ପ୍ରସାଦ ଦାଶ ପ୍ରମୁଖ ଉପସ୍ଥିତ ଥିଲେ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

August 2026
M T W T F S S
 12
3456789
10111213141516
17181920212223
24252627282930
31  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme