Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଦେହରେ ପେଟ୍ରୋଲ ଢାଳି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

Posted on December 6, 2025

ଦେହରେ ପେଟ୍ରୋଲ ଢାଳି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ । ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ଣ ଫାଣ୍ଡି ଅଞ୍ଚଳରୁ ଏହି ଘଟଣା ସାମ୍ନାକୁ ଆସିଛି।

ସୂଚନା ମୁତାବକ, ଲାଞ୍ଜିବେର୍ଣ ଫାଣ୍ଡି ଅଞ୍ଚଳର ଜଣେ କଲେଜ ପଢୁଆ ଯୁବତୀ ଆଜି ଭୋର ସମୟରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ଯୁବତୀଙ୍କୁ ଗୁରୁତର ଅବସ୍ଥାରେ ରାଉରକେଲା ସ୍ଥିତ ଆଇଜିଏଚରେ ଭର୍ତ୍ତି କରାଯାଇଛି। ଅନ୍ୟପଟେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଥିବା ବେଳେ ଯୁବତୀଙ୍କ ବୟାନ ରେକର୍ଡ କରିଥିବା ସୂଚନା ରହିଛି । ତେବେ କେଉଁ କାରଣରୁ ଛାତ୍ରୀ ଜଣକ ଏଭଳି ଚରମ ପଦକ୍ଷେପ ଗ୍ରହଣ କରିଛନ୍ତି ତାହା ସ୍ପଷ୍ଟ ହୋଇନାହିଁ । ପୁଲିସ ତଦନ୍ତ ପରେ ଅସଲ କାରଣ ଜଣା ପଡିବ ବୋଲି ସୂଚନା ମିଳିଛି। ଛାତ୍ରୀ ଜଣକ ରାଜଗାଙ୍ଗପୁରସ୍ଥିତ ମହିଳା ମହାବିଦ୍ୟାଳୟର ଯୁକ୍ତ ୩ କଳାର ଛାତ୍ରୀ ବୋଲି ସୂଚନା ରହିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme