Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବସ୍ ସହ ବାଇକ୍ ଧକ୍କା, ଚାଲିଗଲା ଦୁଇ ଛାତ୍ରଙ୍କ ଜୀବନ

Posted on December 11, 2025

ବସ୍ ସହ ବାଇକ୍ ମୁହାଁମୁହିଁ ଧକ୍କା। ଚାଲିଗଲା ଦୁଇ ଛାତ୍ରଙ୍କ ଜୀବନ। ରାୟଗଡ଼ା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ରାମନଗୁଡ଼ା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 

ସୂଚନାନୁଯାୟୀ, ଗୁରୁବାର ସକାଳେ ଦୁଇ ଜଣ ଯୁକ୍ତ ଦୁଇ ଛାତ୍ର ଗୁଡାରୀରୁ ବାଡ଼ିସୋଲା ସ୍କୁଲକୁ ପାଠ ପଢିବା ପାଇଁ ବାଇକରେ ଯାଉଥିଲେ। ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ଲାଞ୍ଜିଗଡ଼ରୁ ବ୍ରହ୍ମପୁରକୁ ଯାଉଥିବା ଏକ ଘରୋଇ ବସ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲେ। ଘଟଣାସ୍ଥଳରେ ଉଭୟ ଛାତ୍ରଙ୍କର ମୃତ୍ୟୁ ହୋଇଥିଲା। ଖବର ପାଇ ରାମନଗୁଡ଼ା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତକ ଦୁଇ ଛାତ୍ର ହେଲେ ଗୁଡାରି ସୌରା ସାହିର ଦେବେନ୍ଦ୍ର ଶବର ଓ ଅନ୍ଯଜଣେ ଗୁଡାରି ଢେପାଗୁଡା ନିକଟସ୍ଥ ବଡଗୁଡାର ବିଷ୍ଣୁ ଶବର ବୋଲି ଜଣାପଡିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme