Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମୋଦୀଙ୍କ ଉତ୍ତରାଧିକାରୀ କିଏ? 

Posted on December 11, 2025

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପରେ ତାଙ୍କ ଉତ୍ତରାଧିକାରୀ କିଏ? କିଏ ନେବ ବିଜେପିର ନେତୃତ୍ୱ? କିଏ ସାଜିବ ଚେହେରା? ଏହି ପ୍ରଶ୍ନ ଅନେକ ସମୟରେ ବିଜେପି ନେତାଙ୍କ ପଚରାଯାଏ । ହେଲେ ଏବେ ମୋହନ ଭାଗବତ ଦେଇଛନ୍ତି ଏହି ପ୍ରଶ୍ନର ଉତ୍ତର ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପରେ କିଏ ତାଙ୍କ ଉତ୍ତରାଧିକାରୀ ହେବେ ବୋଲି ପ୍ରଶ୍ନରେ ଆରଏସଏସ ମୁଖ୍ୟ ମୋହନ ଭାଗବତ କହିଛନ୍ତି ଯେ, ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ସମ୍ପର୍କରେ ବିଚାରବିମର୍ଶ ଏବଂ ନିଷ୍ପତ୍ତି ସମ୍ପୂର୍ଣ୍ଣ ଭାବରେ ଭାରତୀୟ ଜନତା ପାର୍ଟି ଏବଂ ନରେନ୍ଦ୍ର ମୋଦୀଙ୍କ ଉପରେ ନିର୍ଭର କରିବ । ପ୍ରଧାନମନ୍ତ୍ରୀ ମୋଦୀଙ୍କ ପରେ କିଏ ଆସିବେ ବୋଲି ପଚରାଯିବାରୁ ମୋହନ ଭାଗବତ କହିଥିଲେ, କିଛି ପ୍ରଶ୍ନ ମୋ ଦୃଷ୍ଟିକୋଣରୁ ବାହାରେ । ତେଣୁ, ଏ ବିଷୟରେ ମୋର କିଛି ବି କହିବାର ନାହିଁ। ମୁଁ କେବଳ ତାଙ୍କୁ ଶୁଭକାମନା ଜଣାଇପାରିବି, ଆଉ କିଛି ନୁହେଁ । ମୋଦୀଙ୍କ ପରେ କିଏ ଆସିବେ ସେନେଇ ମୋଦୀ ଏବଂ ବିଜେପି ନିଷ୍ପତ୍ତି ନେବା ଉଚିତ।”

ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ଶତବାର୍ଷିକୀ ସମାରୋହରେ ଯୋଗଦେବା ପାଇଁ ଚେନ୍ନାଇରେ ଥିବା ଭାଗବତ ଡିସେମ୍ବର ୯ ତାରିଖରେ ଏହି ବୟାନ ଦେଇଛନ୍ତି , ଯାହାକି ଖୋଲା ସଙ୍କେତ ଦେଉଛି ଯେ, ବିଜେପି ଭିତରେ ଉତ୍ତରାଧିକାରୀ ବିତର୍କରେ ସାମିଲ ହେବାର ସଂଘର କୌଣସି ଉଦ୍ଦେଶ୍ୟ ନାହିଁ । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଯଦି ଭାରତକୁ “ବିଶ୍ୱଗୁରୁ” ଭାବରେ ଉଭା ହେବାକୁ ହୁଏ, ତେବେ ଜାତିଭିତ୍ତିକ ଏବଂ ଭାଷାଗତ ବିଭାଜନକୁ ଦୂର କରିବାକୁ ପଡିବ। ଆମକୁ ଆମ ଦେଶରେ ଜାତି ଏବଂ ଭାଷାଗତ ବିଭାଜନକୁ ଦୂର କରିବାକୁ ପଡ଼ିବ ବୋଲି କହିଛନ୍ତି ଭାଗବତ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ପହିଲାରୁ ନୂଆ ନିୟମ : ବନ୍ଦ ହେବ ନଗଦ ପେମେଣ୍ଟ
  • ୪୭ ଲକ୍ଷ ସୋସିଆଲ ମିଡିଆ ଆକାଉଣ୍ଟ ଡିଆକ୍ଟିଭ୍, ୫ ଲକ୍ଷରୁ ଅଧିକ ଆକାଉଣ୍ଟ ହଟାଇଲା ମେଟା
  •  ବିଜାପୁରରେ ଏନକାଉଣ୍ଟର, ୨ ନିହତ
  • ରବିବାରଠୁ ପକ୍ଷୀ ଗଣନା
  • ଆଜି ଥରାଇବ ଶୀତ, ରବିବାରଠୁ କମିବ ଜାଡ଼ର ପ୍ରକୋପ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (464)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,497)
  • ସ୍ପେଶାଲ୍ ରିପୋର୍ଟ (262)
©2026 JBR Samachar | Design: Newspaperly WordPress Theme