Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବଢିଲା ଆୟୁର୍ବେଦିକ ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ

Posted on December 15, 2025

ରାଜ୍ୟର ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍ ମେଡିକାଲ କଲେଜରେ ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡରେ ବୃଦ୍ଧି ।ପ୍ରଥମ ବର୍ଷ -୩୧ ହଜାରରୁ ୪୮ ହଜାର । ଦ୍ବିତୀୟ ବର୍ଷ-୩୨ ହଜାରରୁ ୫୨ ହଜାର ।ତୃତୀୟ ବର୍ଷ- ୩୩ ହଜାରରୁ ୫୫ ହଜାର । ହାଉସ୍ ସର୍ଜନ ମାନଙ୍କ ଷ୍ଟାଇପେଣ୍ଡ ମଧ୍ୟ ବୃଦ୍ଧି କରାଯାଇଛି। ୨୦୨୬ ଜାନୁଆରୀ ପହିଲାରୁ ହେବ ଲାଗୁ ।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜରେ ପଢୁଥିବା ପିଜି ଛାତ୍ରଛାତ୍ରୀଙ୍କ ପାଇଁ ମିଳୁଥିବା ଷ୍ଟାଇପେଣ୍ଡରେ ବ୍ୟାପକ ବୃଦ୍ଧି କରିଛନ୍ତି। ଆୟୁର୍ବେଦ ଓ ହୋମିଓପାଥିକ୍ ଚିକିତ୍ସା କ୍ଷେତ୍ରରେ ଛାତ୍ରଛାତ୍ରୀଙ୍କୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ଏହାଦ୍ବାରା ଉଭୟ ପାଠ୍ୟକ୍ରମରେ ପିଜି କରୁଥିବା ୧୨୦ ଜଣ ଛାତ୍ରଛାତ୍ରୀ ଉପକୃତ ହେବେ। ଏହି ନୂତନ ଷ୍ଟାଇପେଣ୍ଡ ୨୦୨୬ ଜାନୁଆରୀ ପହିଲାରୁ ଲାଗୁହେବ।

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ପିଜି ପ୍ରଥମ ବର୍ଷର ଛାତ୍ରଛାତ୍ରୀ ମାନଙ୍କ ଷ୍ଟାଇପେଣ୍ଡରେ ୫୫ ପ୍ରତିଶତ ବୃଦ୍ଧି କରାଯାଇଛି। ପୂର୍ବରୁ ସେମାନଙ୍କ ମାସିକ ଷ୍ଟାଇପେଣ୍ଡ ୩୧ ହଜାର ଟଙ୍କା ଥିବାବେଳେ, ବର୍ତ୍ତମାନ ଏହା ୪୮ ହଜାର ଟଙ୍କାକୁ ବୃଦ୍ଧି ପାଇଛି। ଦ୍ବିତୀୟ ବର୍ଷର ଛାତ୍ରଛାତ୍ରୀମାନଙ୍କ ପାଇଁ ଏହା ୩୨ ହଜାରରୁ ୫୨ ହଜାରକୁ ବୃଦ୍ଧି ପାଇଛି। ଏହା ହେଉଛି ୬୨ ପ୍ରତିଶତ ବୃଦ୍ଧି। ତୃତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ଷ୍ଟାଇପେଣ୍ଡ ପରିମାଣ ମାସକୁ ୩୩ ହଜାରରୁ ୫୫ ହଜାରକୁ ବୃଦ୍ଧି ପାଇଛି। ଏହି ବୃଦ୍ଧି ୬୭ ପ୍ରତିଶତ। ସେହିପରି ସରକାରୀ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ କଲେଜର ହାଉସ୍ ସର୍ଜନ ମାନଙ୍କ ଷ୍ଟାଇପେଣ୍ଡ ୧୭ ହଜାରରୁ ୩୦ ହଜାରକୁ ବୃଦ୍ଧି କରାଯାଇଛି। ଏହା ଚଳିତ ବର୍ଷ ଅଗଷ୍ଟ ପହିଲାରୁ ଲାଗୁହେବ। ଯାହାଦ୍ବାରା ଛାତ୍ରଛାତ୍ରୀମାନେ ଶିକ୍ଷା ଓ ରୋଗୀ ସେବାରେ ଅଧିକ ମନୋନିବେଶ କରି ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଇଦେବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  •  ବିଜାପୁରରେ ଏନକାଉଣ୍ଟର, ୨ ନିହତ
  • ରବିବାରଠୁ ପକ୍ଷୀ ଗଣନା
  • ଆଜି ଥରାଇବ ଶୀତ, ରବିବାରଠୁ କମିବ ଜାଡ଼ର ପ୍ରକୋପ
  • ରାସ୍ତା କଡରେ ମଣିଷ ଖପୁରୀ, କେଉଁଠାରୁ ଓ କେମିତି ଆସିଲା ତାର କାରଣ ଅସ୍ପଷ୍ଟ
  • ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଡାକ୍ତର

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (463)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,497)
  • ସ୍ପେଶାଲ୍ ରିପୋର୍ଟ (261)
©2026 JBR Samachar | Design: Newspaperly WordPress Theme